ETV Bharat / city

ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମଖ୍ୟମନ୍ତ୍ରୀ । ରାଜ୍ୟରେ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ କରିଛନ୍ତି । ଏଥିସହ ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ...

author img

By

Published : Jun 8, 2021, 8:02 PM IST

Updated : Jun 8, 2021, 8:56 PM IST

ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ମଙ୍ଗଳବାର) ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ରାଜ୍ୟରେ କୋଭିଡ ସଂକ୍ରମଣ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ କରିଛନ୍ତି । ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟ ସମ୍ପର୍କରେ ସଚେତନତା ସହିତ ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ବିତୀୟ ଲହର ପ୍ରଭାବରୁ ରାଜ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହିଁ । ତା ସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ । କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସମ୍ପର୍କରେ ବିଶେଷଜ୍ଞମାନେ ମତ ଦେଉଛନ୍ତି । ଏଣୁ ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସମ୍ପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତୃତୀୟ ଲହର ପାଇଁ ଗଠିତ Technical Task force committeeର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହ ବର୍ତ୍ତମାନ ରାଜ୍ୟରେ ଦୈନିକ ଟୀକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ କହିଛନ୍ତି ।

ସେହିପରି Black Fungus ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ଦରକାର । ରାଜ୍ୟରେ ଅକ୍ସିଜେନ ଯୋଗାଣ ସନ୍ତୋଷଜନକ ରହିଥିବା ସହ ସିଲିଣ୍ଡର ଉପଲବ୍ଧତାରେ ଉନ୍ନତି ଘଟିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି । କିନ୍ତୁ ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‌-ଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ଏବଂ ଭୁବନେଶ୍ବର ଓ କଟକ ମୁନିସ୍‌ପାଲ କମିଶନରମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି ।

ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନଥିବା ଆଶ୍ବସ୍ତିର ବିଷୟ । ରାଜ୍ୟରେ ପଜିଟିଭିଟି ହାର କମି ଥିବାରୁ ICU ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍‌ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଛନ୍ତି । ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ । ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation Bed, ୬୧୦ ICU Bed ପ୍ରସ୍ତୁତ ରଖାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପିକେ ମହାପାତ୍ର କହିଛନ୍ତି । ଏହାସହିତ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey ଆରମ୍ଭ କରାଯିବ । ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଛି । ଟୀକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟୀକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ । ତେବେ ରାଜ୍ୟରେ ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ସଞ୍ଚାଳନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନେ ଯୋଗ ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 8, 2021, 8:56 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.