ETV Bharat / city

ମୁଖ୍ୟମନ୍ତ୍ରୀଙ୍କ Mo Sarkar ସମୀକ୍ଷା: ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ଆମର ଲକ୍ଷ୍ୟ

ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା; ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ

author img

By

Published : Dec 28, 2021, 9:33 PM IST

Updated : Dec 28, 2021, 10:20 PM IST

ଭୁବନେଶ୍ବର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ବାସ ସୃଷ୍ଟି କରିପାରିଛି । ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି । ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି । ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଛନ୍ତି । ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ବସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋ ସରକାରରୁ ମିଳିଥିବା ଫିଡ୍‌ବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ପାଇଁ ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ନାଗରିକ ମାନଙ୍କ ଡାଟାବେସ୍‌କୁ ସବୁ ସମୟରେ ନବୀକୃତ କରିବା ଜରୁରୀ ବୋଲି ସେ କହିଛନ୍ତି । ଏହା ଆମର ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ଟି ସେବା ଅନ୍ତର୍ଭୁକ୍ତ କରାଯାଇଛି । ଏ ସଂପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଇଛି । ଆଜିର ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍ବରଷ୍ଟ୍ର ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଉପସ୍ଥାପନା ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରୀତା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛନ୍ତି । ଏହି ବିଭାଗର ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥାପିତ ତଥ୍ୟର ଅନୁଶୀଳନ କରିଛନ୍ତି । ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସଂପର୍କରେ ମତାମତ ରଖିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଅଭୟ, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ । ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଏକ ସାମଗ୍ରୀକ ଉପସ୍ଥାପନା ପ୍ରଦାନ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ

Last Updated : Dec 28, 2021, 10:20 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.