ETV Bharat / city

ଦୁରେଇନି କୋଭିଡ ବିପଦ, ଟୀକାକରଣ ଓ ଆଗୁଆ ପ୍ରସ୍ତୁତି ପାଇଁ ନବୀନଙ୍କ ନିର୍ଦ୍ଦେଶ

author img

By

Published : Jul 23, 2021, 3:22 PM IST

Updated : Jul 23, 2021, 5:49 PM IST

ରାଜ୍ୟର କୋଭିଡ ସ୍ଥିତିକୁ ନେଇ ଆଜି(ଶୁକ୍ରବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକ କରିଛନ୍ତି । ଏଯାବତ ମଧ୍ୟ କୋଭିଡ ବିପଦ ଦୂରେଇ ନାହିଁ ବୋଲି ସେ କହିଛନ୍ତି । ଅଧିକ ପଢନ୍ତୁ...

ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି(ଶୁକ୍ରବାର) ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଛନ୍ତି । ଟୀକାକରଣ ଓ ଆଗୁଆ ପ୍ରସ୍ତୁତ ରହିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଦୁରେଇନି କୋଭିଡ ବିପଦ, ଟୀକାକରଣ ଓ ଆଗୁଆ ପ୍ରସ୍ତୁତି ପାଇଁ ନବୀନଙ୍କ ନିର୍ଦ୍ଦେଶ

ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହେଲେ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ । ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ସେ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ଭାବ୍ୟ ତୃତୀୟ ଲହର ଅଗଷ୍ଟ ଶେଷ ବେଳକୁ ଆସିବାର ସମ୍ଭାବନା ରହିଛି । ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ । ତେଣୁ ଜିଲ୍ଲା ହସ୍ପିଟାଲଠାରୁ ଆରମ୍ଭ କରି CHC ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ନଜର ଦେବାକୁ କୁହାଯାଇଛି ।

ଥାନା ଅଧିକାରୀଙ୍କଠାରୁ ଆରମ୍ଭ କରି BDO, SDPO, ସବକଲେକ୍ଟର, SP ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶ ଭାବି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟୀକାକରଣ ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଅବଗତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ତଥ୍ୟ ଉପସ୍ଥାପନା କରିଛନ୍ତି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ।

ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା (୫-ଟି) ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ । ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଅଭୟ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, SP ପ୍ରମୁଖ ଉପସ୍ଥିତ ଥିଲେ ।

ଗରିବ ଲୋକଙ୍କ ପାଖରେ ପହଞ୍ଚିଲା ୨୦୦୪ କୋଟି ଟଙ୍କାର କୋଭିଡ ସହାୟତା:-

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, MGNREGA ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୂଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା' ମାନଙ୍କଠାରୁ ଆରମ୍ଭ କରି ଷ୍ଟ୍ରିଟ ଭେଣ୍ଡର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାପଡିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jul 23, 2021, 5:49 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.