ETV Bharat / city

CM Naveen Covid Review: ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ - Next few weeks important In Odisha

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଭିସି ଜରିଆରେ ସମୀକ୍ଷା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

CM Naveen Review Covid19
CM Naveen Review Covid19
author img

By

Published : Jan 11, 2022, 7:41 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି (CM Naveen Patnaik reviews COVID-19 situation of state) । ଭିସି ଜରିଆରେ ସମୀକ୍ଷା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି , ଦେଶରେ କୋଭିଡ ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ମେଡିକାଲରେ ଭର୍ତ୍ତି ସଂଖ୍ୟା ବହୁତ କମ ରହିଛି । ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଛି । ଆଦୌ ଟିକା ନେଇ ନଥିବା ତଥା ଦ୍ବିତୀୟ ଡୋଜ ନେଇନଥିବା ଲୋକଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ବରିଷ୍ଠ ନାଗରିକ ତଥା ସମ୍ମୁଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବ । ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ କ୍ବାରେଣ୍ଟାଇନରେ ରହିଛନ୍ତି । ତେଣୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ । ଏଥିପାଇଁ Rapid Response Team ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ କ୍ବାରେଣ୍ଟାଇନରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।

ସମୀକ୍ଷା ବୈଠକରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆରକେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । କମ ହସ୍ପିଟାଲାଇଜେନ ସତ୍ତ୍ବେ ଦ୍ବିତୀୟ ଲହର ଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି । ତା ସହିତ ଅକ୍ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି । ଟିକାକରଣ କ୍ଷେତ୍ରରେ ରାଜ୍ୟର ପ୍ରଦର୍ଶନ ଭଲ ରହିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଛନ୍ତି । ଦ୍ବିତୀୟ ଡୋଜର ହାର ୬୮.୪ ପ୍ରତିଶତ ରହିଛି । ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଛନ୍ତି ।

ଏହାବାଦ ବୈଠକରେ ଭୁବନେଶ୍ବର, କଟକ ମହାନଗର ନିଗମର କମିଶନର ଦ୍ବୟ ଓ ସମ୍ବଲପୁର ସୁନ୍ଦରଗଡ ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରିଥିଲେ। କୋଭିଡ ନିୟମ ଅନୁପାଳନର କଡାକଡି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.