ETV Bharat / city

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ - ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

NDA ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ସେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ଅଧିକ ପଢ଼ନ୍ତୁ

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 26, 2022, 9:29 PM IST

ଭୁବନେଶ୍ବର: NDA ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ସେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ଏହାପୂର୍ବରୁ ସେ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିବେ ବୋଲି ସ୍ପଷ୍ଟ କରିଥିଲେ ।

  • Spoke to Smt Droupadi Murmu ji and wished her all the very best for #PresidentialElection. Her candidature is indeed a proud moment for people of #Odisha. I have reiterated that we will work towards getting every vote from #Odisha, in her favour.

    — Naveen Patnaik (@Naveen_Odisha) June 26, 2022 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ, "ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇ ତାଙ୍କୁ ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଲି । ତାଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ବ ଓଡିଶାବାସୀଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ଓଡ଼ିଶାରୁ ସମସ୍ତ ଭୋଟ ପାଇବେ ବୋଲି ମୁଁ ଆଶା କରୁଛି ।"

ନାମାଙ୍କନ ଦାଖଲ କରିବା ପୂର୍ବରୁ ବିରୋଧୀ ନେତାମାନଙ୍କୁ ଫୋନ୍‌ କରି ସମର୍ଥନ ଲୋଡିଥିଲେ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀ ପ୍ରଥମେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ (Sonia Gandhi), ଏନସିପି ମୁଖ୍ୟ ଶରଦ ପାୱର (Sharad Pawar) ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖଙ୍କୁ ଫୋନ୍‌ କରି ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିଥିଲେ ।

ରାଷ୍ଟ୍ରପତି ନିର୍ବାଚନ ପାଇଁ ମିଳିତ ବିରୋଧୀ ଦଳ ଟିଏମସି ନେତା ତଥା ବରିଷ୍ଠ ରାଜନେତା ଯଶୱନ୍ତ ସିହ୍ନା(Yashwant Sinha)ଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି । ବିରୋଧୀ ପ୍ରାର୍ଥୀ ଯଶୱନ୍ତ ଜୁନ୍‌ 27 ତାରିଖରେ ନିଜର ନାମାଙ୍କନ ଦାଖଲ କରିବେ । NDA ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ କରିଛନ୍ତି । ଦ୍ରୌପଦୀଙ୍କ ପାଇଁ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Prime Minister Narendra Modi) ପ୍ରଥମ ପ୍ରସ୍ତାବକ ଥିବା ବେଳେ, ପ୍ରଥମ ଅନୁମୋଦକ ରହିଥିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.