ETV Bharat / city

ଅପରାହ୍ନରେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଅପରାହ୍ନରେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଅପରାହ୍ନରେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

author img

By

Published : Aug 18, 2022, 10:51 AM IST

ଭୁବନେଶ୍ବର: ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ(Naveen Patnaik to conduct aerial survey ) । ଅପରାହ୍ନ ସାଢେ ୩ଟା ସମୟରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିବେ । ସେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭିକେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ ।

ଓଡିଶାରେ ବନ୍ୟା ତାଣ୍ଡବ କରୁଛି । ନଦୀ ନାଳ ସବୁ ଉଛୁଳି ରାସ୍ତା ଉପରେ ଆଣ୍ଠୁଏ ପାଣି ଚାଲୁଛି । ଚଳିତବର୍ଷ ବନ୍ୟାରେ ରାଜ୍ୟର ପ୍ରାୟ 10ଟି ଜିଲ୍ଲା ପ୍ରଭାବିତ ହୋଇଛି । ଶତାଧିକ ଗାଁ ଗଣ୍ଡା ଜଳବନ୍ଦୀ ଅବସ୍ଥାରେ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାରେ ଆକାଶ ମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କରିବେ ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.