ETV Bharat / city

ଆଜି 14 ସାଇବର ଥାନା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜି(ବୁଧବାର) ରାଜ୍ୟରେ 14ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

author img

By

Published : Dec 29, 2021, 9:29 AM IST

ରାଜ୍ୟରେ 14 ସାଇବର-ଅର୍ଥନୈତିକ ଅପରାଧ ଥାନା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ 14ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା(cyber and economic offence police stations) ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଜି(ବୁଧବାର) ଭିସି ଜରିଆରେ ଉଦଘାଟନ କରିବେ । ଏହାସହ ଅନ୍ୟ 3ଟି ଉନ୍ନତି ଥାନାର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏନେଇ କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ । ଥାନାରେ 154 ପୋଲିସ କର୍ମଚାରୀ ଓ 90 ଜଣ ବିଶେଷଜ୍ଞ ନିୟୋଜିତ ହେବେ । ଥାନାଗୁଡିକରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ 154ଟି ପଦବୀ ସୃଷ୍ଟି କରାଯାଇଛି । ଏହା ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିସିଷ୍ଟ, ଆଇଟି ଏକ୍ସପର୍ଟ, ସାଇବର ଫରେନସିକ ଏକ୍ସପର୍ଟ ପରି 90 ଜଣ ବିଶେଷଜ୍ଞକୁ ଥାନାରେ ନିୟୋଜିତ କରାଯିବ ।

ଉଦଘାଟନୀ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି କେ ପାଣ୍ଡିଆନ ପରିଚାଳନା କରିବେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଏଥିରେ ଉପସ୍ଥିତ ରହିବେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.