ଭୁବନେଶ୍ବର: ଫନି ପ୍ରଭାବିତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି କ୍ଷତିଗ୍ରସ୍ତକଙ୍କ ପାଇଁ PMAY (Pradhan Mantri Gramin Awas Yojana) ରେ 1.84 ଲକ୍ଷ ଘର ଦେବାକୁ ଦାବି କରିଛନ୍ତି (Odisha CM Naveen Patnaik writes to PM Modi demanding 1.84 lakh houses for Fani affected families) ।
ଆଜି ଏସମ୍ପର୍କିତ ଦାବି କରି ପୁଣି ପ୍ରଧାନମନ୍ତ୍ରୀକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ବାତ୍ୟାରେ କ୍ଷୟକ୍ଷତି ହୋଇଥିବା ଘରକୁ ନେଇ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା (Pradhan Mantri Gramin Awas Yojana) ଅନ୍ତ୍ରର୍ଗତ ରାଜ୍ୟରେ ୧.୮୪ ଲକ୍ଷ ଘର ପ୍ରଭାବିତ ହୋଇଛି । ଏହା ସହିତ ଫନି ଦ୍ବାରା ପ୍ରଭାବିତ ହୋଇନଥିବା ୧୩ ଲକ୍ଷ ଘର କେବିକେ ଅଞ୍ଚଳରେ ଆବଶ୍ୟକତା ରହିଥିବା ଚିଠିରେ ଉଲ୍ଲେଖ ରଖିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଚିଠିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ଦାବି କରିଛନ୍ତି । ଫନି ବାତ୍ୟା ପାଇଁ ଅନେକ ଲୋକଙ୍କ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଏପର୍ଯ୍ୟନ୍ତ ସେମାନଙ୍କୁ ଘର ଖଣ୍ଡିଏ ମିଳିପାରିନାହିଁ । ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସେମାନଙ୍କୁ ତୁରନ୍ତ ଘର ଯୋଗାଇ ଦିଆଯାଉ । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟର ନିର୍ଦ୍ଦେଶ କ୍ରମେ ୨୦୧୯ ମାର୍ଚ୍ଚ ୭ ସୁଦ୍ଧା ରାଜ୍ୟ ସରକାର ଆବାସ ପ୍ଲସ ମାଧ୍ୟମରେ ୩୫ ହଜାର ପରିବାରକୁ ଚିହ୍ନଟ କରିଥିବା ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି ।
ଏହାସହ ରାଜ୍ୟର ୧୬ ଟି ଜିଲ୍ଲାରେ ୫ ଲକ୍ଷ ୯ ହଜାର ପରିବାର ମଧ୍ୟ ଚିହ୍ନଟ ହୋଇଛନ୍ତି । ଯେଉଁମାନେ ଫନି ଦ୍ବାରା ପ୍ରଭାବିତ ହୋଇନଥିଲେ । କିନ୍ତୁ ସେମାନଙ୍କୁ ମଧ୍ୟ ଆବାସ ଯୋଜନା ମାଧ୍ୟମରେ ସହାୟତା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ନବନୀ ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ