ETV Bharat / city

କେନ୍ଦୁଝରରେ ସ୍ମାର୍ଟ ସ୍ବାସ୍ଥ୍ୟ ସେବା ଶୁଭାରମ୍ଭ, ଉପକୃତ ହେବ ୪ ଲକ୍ଷରୁ ଊର୍ଦ୍ଧ୍ବ

author img

By

Published : Nov 18, 2021, 1:07 PM IST

Updated : Nov 18, 2021, 3:05 PM IST

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ BSKY ସ୍ମାର୍ଟକାର୍ଡର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ଜିଲ୍ଲାର ୪ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ଅଧିକ ପଢନ୍ତୁ

କେନ୍ଦୁଝରରେ ଆରମ୍ଭ ହେଲା ସ୍ମାର୍ଟ ସ୍ବାସ୍ଥ୍ୟ ସେବା

ଭୁବନେଶ୍ବର/କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଆରମ୍ଭ ହେଲା ସ୍ମାର୍ଟ ସ୍ବାସ୍ଥ୍ୟ ସେବା । ସ୍ବାସ୍ଥ୍ଯ କ୍ଷେତ୍ର ନୂଆ କାହାଣୀ ଲେଖିବ କେନ୍ଦୁଝର । ଆଜି ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସେବା ଦ୍ବାରା ପ୍ରାୟ ୪ ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ସ୍ମାର୍ଟ କାର୍ଡ ସହିତ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କେନ୍ଦୁଝରରେ ସ୍ମାର୍ଟ ସ୍ବାସ୍ଥ୍ୟ ସେବା ଶୁଭାରମ୍ଭ

ବିଜୁ ସ୍ବାସ୍ଥ୍ୟ ଯୋଜନା ଅଧିନରେ ଏହି ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ଜିଲ୍ଲାରେ ପାଖାପାଖି ୪ ଲକ୍ଷ ୨୦ ହଜାର ହିତାଧିକାରୀ ଉପକୃତ ହେବେ । ସ୍ବାସ୍ଥ୍ୟ ସେହା ସହ ଜିଲ୍ଲାର ଅନେକ ଉନ୍ନତିମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ପାଖାପାଖି ୩ ହଜାର କୋଟି ଟଙ୍କାର ୬୫୬ଟି ଛୋଟ ବଡ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଇବା ପାଣି ଉପରେ ଅଧିକ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାର ଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି । ଏହି ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଜଗନ୍ନାଥ ନାୟକ ଯୋଗ ଦେଇଛନ୍ତି ।

ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ କିଛି କରିଛନ୍ତି । ଏ ଜିଲ୍ଲା ମୁଖ୍ୟମନ୍ତ୍ରୀଙ୍କ ପ୍ରିୟ ଜିଲ୍ଲା । ଗାଁ ଗାଁକୁ ଗମନାଗମନ ସୁବିଧା ହୋଇଛି । ମିଶନ ଶକ୍ତି ମହିଳାଙ୍କ ପାଇଁ ଉନ୍ନୟନମୂଳକ କାର୍ଯ୍ୟ କରିଛନ୍ତି । 3 ହଜାର କୋଟି ଟଙ୍କାରେ ପାନୀୟ ଜଳର ସୁବିଧା କରିଛନ୍ତି । ଘରକୁ ଘର ପାଇପ ଯୋଗେ ପାଣି ପହଞ୍ଚିବ । ଜିଲ୍ଲାର ଜନସାଧାରଣ ବିକାଶ କାର୍ଯ୍ୟକ୍ରମକୁ ସବୁବେଳେ ଦୃଢ ସମର୍ଥନ ଦେଇ ସରକାରଙ୍କ ହାତମୁଠାରୁ ଟାଣ କରିଥିବା କହିଛନ୍ତି କେନ୍ଦୁଝର ବିଧାୟକ ବଦ୍ରିନାରାୟଣ ପାତ୍ର ।

ଏହି କାର୍ଯ୍ୟକ୍ରମ ଭର୍ଚ୍ଚୁଆଲ ମାଧ୍ୟମରେ ହୋଇଛି । ରାଜ୍ୟ ସରକାରଙ୍କ ଦ୍ବାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହୟତା ଦେବ ଏହି ସ୍ମାର୍ଟ ହେଲଥ କାର୍ଡ । ଏହା ପୂର୍ବରୁ ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଛି । ମାଲକାନଗିରିରୁ ପ୍ରଥମେ ଆରମ୍ଭ ହୋଇଥିଲା ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା । ରାଜ୍ୟରେ ସାଢେ 3 କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟବାସୀଙ୍କୁ ସମୂର୍ଣ୍ଣ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଏହାର ଲକ୍ଷ୍ୟ ।

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର ,ଇଟିଭି ଭାରତ

Last Updated : Nov 18, 2021, 3:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.