ETV Bharat / city

ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ - ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ

ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅଧିକ ପଢ଼ନ୍ତୁ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 5, 2022, 3:53 PM IST

ଭୁବନେଶ୍ବର: ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେ କିଡନୀ ରୋଗରେ ପୀଡିତ ହୋଇଥିବା ସୂଚନା ମିଳିଛି । ତେବେ ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, "ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି ।"

  • ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

    — Naveen Patnaik (@Naveen_Odisha) June 5, 2022 " class="align-text-top noRightClick twitterSection" data=" ">

ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡିଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଥିଲେ । ଗତ ୧୪ ଦିନ ହେବ ତାଙ୍କର ଚିକିତ୍ସା ଚାଲିଛି ଓ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ସମୟରେ ସେ କୌଣସି ସରକାରୀ ଦାୟିତ୍ବ ନେବାକୁ ଅସମର୍ଥ ଥିବା ପୁଅ ବିପ୍ଳବ ପାତ୍ର କହିଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.