ETV Bharat / city

CM Naveen Patnaik Announcement: ଘର ମରାମତି ପାଇଁ ମିଳିବ ୩ ହଜାର ଟଙ୍କା - ନିର୍ମାଣ ଶ୍ରମିକ ପକ୍କା ଘର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ସରକାର ୩ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦେବେ । ଅଧିକ ପଢନ୍ତୁ

CM Naveen Patnaiks announcement
CM Naveen Patnaiks announcement
author img

By

Published : Dec 21, 2021, 8:37 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ (State Cabinet Meeting) ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଜୁ ପକ୍କା ଘର (Biju Pucca Ghar Yojana) ନିର୍ମାଣ ଶ୍ରମିକ ପକ୍କା ଘର (Nirman Shramik Pucca Ghar) ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ସରକାର ୩ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦେବେ ।

CM Naveen Patnaiks announcement: ଘର ମରାମତି ପାଇଁ ମିଳିବ ୩ ହଜାର ଟଙ୍କା

ସେହିପରି କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର । ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ୩୦ ଲକ୍ଷ ପରିବାର ଏହା ଦ୍ବାରା ଉପକୃତ ହେବେ। ଏଥିପାଇଁ ୧ ହଜାର ୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନାରୁ ଏହି ଖର୍ଚ୍ଚ ବହନ କରିବେ । କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ । ଯଦି କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ନ୍ୟାୟପୂର୍ଣ୍ଣ ଦାବିକୁ ଗ୍ରହଣ ନ କରନ୍ତି, ତେବେ କେନ୍ଦ୍ର ଯୋଜନାରୁ ବଞ୍ଚିତ ଲୋକଙ୍କୁ ରାଜ୍ୟ ସରକାର ଘର ଦେବାପାଇଁ ପଦକ୍ଷେପ ନେବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୧୪ ରୁ ରାଜ୍ୟରେ ଗ୍ରାମାଞ୍ଚଳ ଗୃହ ନିର୍ମାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ ବାଇଶ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଘର ହେଉଛି ଗୋଟିଏ ପରିବାରର ପରିଚୟ । ଭଲ ଘରଟିଏ ସମସ୍ତଙ୍କର ସ୍ବପ୍ନ । ଓଡିଶା ଉପରେ ସବୁବେଳେ ବାତ୍ୟା ଓ ବନ୍ୟାର ଭୟ ରହୁଛି । ଏବେ ପ୍ରତି ବର୍ଷ ଆମେ ବାତ୍ୟାର ସାମ୍ନା କରୁଛୁ । ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର । ସବୁ ପରିବାରର ମୁଣ୍ଡ ଉପରେ ଭଲ ଛାତ ଥିଲା ବିଜୁ ବାବୁଙ୍କ ସ୍ବପ୍ନ । ସେହି ସ୍ବପ୍ନକୁ ସାକାର କରିବା ପାଇଁ ଆମେ ବିଜୁ ପକ୍କା ଘର ଯୋଜନା ଆରମ୍ଭ କରିଛୁ । ସବୁ କଚ୍ଚା ଘରକୁ ପକ୍କା କରିବା ପାଇଁ ୨୦୧୪ର ପ୍ରଥମ କ୍ୟାବିନେଟରେ ଆମେ ନିଷ୍ପତ୍ତି ନେଇଥିଲୁ । ଏ ଦିଗରେ ମଧ୍ୟ ବହୁତ ଭଲ କାମ ହୋଇଛି । ଗ୍ରାମାଞ୍ଚଳରେ ଘର ତିଆରିରେ ଓଡିଶା ସାରା ଦେଶରେ ଏକ ଆଗୁଆ ରାଜ୍ୟ । ଏଥିପାଇଁ ରାଜ୍ୟ ସରକାର 2014 ରୁ ଏ ପର୍ଯ୍ୟନ୍ତ ବାଇଶ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କଲେଣି ।ଗାଁର ଗରିବ ଲୋକଙ୍କୁ ପକ୍କା ଘର ଖଣ୍ଡିଏ ଦେବା ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନା କରିଛନ୍ତି । ତା ସହିତ କେନ୍ଦ୍ର ଯୋଜନାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ରହିଛି । କେନ୍ଦ୍ର ଗୃହ ନିର୍ମାଣ ଯୋଜନା ପାଇଁ ରାଜ୍ୟ ସରକାର ମଧ୍ୟ ପାଖାପାଖି ଅଧା ଖର୍ଚ୍ଚ ବହନ କରୁଛନ୍ତି । କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅନେକ ଯୋଗ୍ୟ ପରିବାର ବହୁ ଦିନ ଧରି ଅପେକ୍ଷା କରିଛନ୍ତି । ଏ ସଂପର୍କରେ ମୁଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛି । ଦୁଃଖର କଥା ଆମର ଜନଜାତି ଅଞ୍ଚଳ ଓ ପଶ୍ଚିମ ଓଡିଶା ପରି ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ଲୋକମାନେ ଏଥିରେ ବିଶେଷ ପ୍ରଭାବିତ ହୋଇଛନ୍ତି । ଏ ବିଷୟ ରେ ମୁଁ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛି ।

ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଁ ଜାଣେ କୋଭିଡ ଯୋଗୁଁ ଆମର ଗରିବ ଲୋକମାନେ ବହୁତ କଷ୍ଟରେ ଅଛନ୍ତି । ଛୋଟ ଛୋଟ ମରାମତି କରିବା, ଏପରିକି ଚୂନ ଦେବା ପାଇଁ ମଧ୍ୟ ଆପଣଙ୍କ ମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଆପଣମାନଙ୍କର ଏ କଷ୍ଟକୁ ମୁଁ ଅନୁଭବ କରୁଛି । ଏଥିପାଇଁ ରାଜ୍ୟ କ୍ୟାବିନେଟ ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଗରିବ ଲୋକଙ୍କୁ ସହାୟତା ଦେବା ପାଇଁ ସ୍ଥିର କରିଛି । ଏଭଳି ନିଷ୍ପତ୍ତି ନେବାରେ ଆପଣଙ୍କ ରାଜ୍ୟ ସରକାର ସାରା ଦେଶରେ ପ୍ରଥମ । ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ସହାୟତା ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି ।

ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ମୋ ସରକାର ୫୦୦୦ ଟଙ୍କା ଲେଖାଏ ସହାୟତା ଦେବାକୁ ନିଷ୍ପତ୍ତି ନେଇଛି । ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ୩୦ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ୧ ହଜାର ୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ବିଜୁ ପକ୍କା ଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ । ମୋ ସରକାର ଥିବା ପର୍ଯ୍ୟନ୍ତ ମୋ ରାଜ୍ୟର ଭାଇ ଭଉଣୀ ମାନଙ୍କୁ ଘର ପାଇଁ ହଇରାଣ ହେବାକୁ ମୁଁ ଦେବିନାହିଁ ବୋଲି ନବୀନ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.