ETV Bharat / city

ଚେତାଇଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ବିଗିଡ଼ିଲେ ଫେରିପାରେ ଲକଡ଼ାଉନ

author img

By

Published : Mar 14, 2021, 2:15 PM IST

ଦୀର୍ଘ ଦିନ ପରେ ରାଜ୍ୟବାସୀଙ୍କ ସମ୍ମୁଖକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ଦେଇଛନ୍ତି କୋରୋନା ସଚେତନତା ବାର୍ତ୍ତା । ଦେଶର ବିଭିନ୍ନ ରାଜ୍ୟରେ ବିଗୁଡୁଥିବା କୋରୋନା ସ୍ଥିତି ଦେଖି ଓଡିଶାବାସୀଙ୍କୁ ଆଗୁଆ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଆଗୁଆ ସତର୍କ କଲେ ମୁଖ୍ୟମନ୍ତ୍ରୀ
ଆଗୁଆ ସତର୍କ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ଦିନ ପରେ ରାଜ୍ୟବାସୀଙ୍କ ସମ୍ମୁଖକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ଦେଇଛନ୍ତି କୋରୋନା ସଚେତନତା ବାର୍ତ୍ତା । ଦେଶର ବିଭିନ୍ନ ରାଜ୍ୟରେ ବିଗୁଡୁଥିବା କୋରୋନା ସ୍ଥିତି ବାବଦରେ ଆଗୁଆ ସତର୍କ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ରାଜ୍ୟବାସୀଙ୍କ ସହଯୋଗରେ ଓଡ଼ିଶା କୋରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି । ଏ ଦିଗରେ ଓଡ଼ିଶାର ପଦକ୍ଷେପକୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି । ଏବେ ରାଜ୍ୟର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି । ଶୂନ୍ୟ ସଂକ୍ରମଣ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏହାସହ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ ନୁହେଁ । କାରଣ ବିପଦ ଏବେ ବି ଟଳିନାହିଁ । ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକଡାଉନ୍ ପୁଣି ଫେରିଛି ।

ଲକଡାଉନ୍ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି ବୋଲି ମୁଖ୍ୟମନ୍ତ୍ରୀ ଚେତେଇ ଦେଇଛନ୍ତି । ଅର୍ଥନୀତି, ସାମାଜିକ ଜୀବନ, ପିଲାଙ୍କ ପାଠପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି । ରାଜ୍ୟବାସୀଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ସ୍ବଭାବିକ ଅବସ୍ଥା ଫେରିଛି । ଆମେ କେହି ଲକଡାଉନକୁ ଫେରିବାକୁ ଚାହୁଁ ନାହୁଁ ଆଉ ଲକଡ଼ାଉନକୁ ନ ଫେରିବାର ଗୋଟିଏ ମାତ୍ର ଉପାୟ ହେଉଛି ସତର୍କତା । ଆମେ ସତର୍କ ରହିଲେ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ନାହିଁ ତେଣୁ ପୂର୍ବଭଳି କୋଭିଡ଼ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବାହାରକୁ ଗଲେ ମାସ୍କ ନିଶ୍ଚୟ ପିନ୍ଧିବା । ବେକରେ ଝୁଲାଇକରି ରଖିବା ନାହିଁ । ଠିକ୍ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା । ଘରକୁ ଫେରିଲେ ସାବୁନରେ ଭଲକରି ହାତ ଧୋଇବା । ମୁହଁ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ । ସମାଜିକ ଦୂରତ୍ବ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା । ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ । ବର୍ତ୍ତମାନ ଟୀକାକରଣ ରାଜ୍ୟରେ ସଫଳ ଭାବରେ ଚାଲିଛି । ଏ ଦିଗରେ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୋରୋନା ବିରୁଦ୍ଧରେ ଆମର ଲଢ଼େଇରେ ଆମେ ବହୁ ଯୋଦ୍ଧାଙ୍କୁ ହରାଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ । ସେହି ଯୋଦ୍ଧାଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସତର୍କ ରହିବା ହିଁ ସହିଦ କୋରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ି ଭାବରେ ତଦାରଖ କରିବା ପାଇଁ ପ୍ରଶାସନ ଓ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ । ରାଜ୍ୟବାସୀଙ୍କ ଉପରେ ପୂର୍ଣ୍ଣ ଭରସା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟବାସୀ ଅନୁରୋଧ ରକ୍ଷା କରି ସତର୍କ ରହିବେ ବୋଲି ଆଶା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲକ୍ଷ୍ୟ ହାସଲ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.