ETV Bharat / city

ଫୋକସରେ ନିର୍ମାଣ ଶ୍ରମିକ; ୨୬ ଲକ୍ଷ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ୩୮୫ କୋଟି - ମୁଖ୍ୟମନ୍ତ୍ରୀଙ୍କ ୩୮୫ କୋଟି ସହାୟତା

ରାଜ୍ୟ ସରକାରଙ୍କ ଫୋକସରେ ନିର୍ମାଣ ଶ୍ରମିକ । କୋଭିଡ ସଂକ୍ରମଣ ଯୋଗୁଁ ସମସ୍ୟାରେ ପଡିଥିବା ନିର୍ମାଣ ଶ୍ରମିକଙ୍କ ଲାଗି ସ୍ୱତନ୍ତ୍ର କୋଭିଡ଼ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ...

ଫୋକସରେ ନିର୍ମାଣ ଶ୍ରମିକ ; 26 ଲକ୍ଷ ପାଇଲେ କୋଭିଡ ସହାୟତା

author img

By

Published : Jul 15, 2021, 8:00 PM IST

Updated : Jul 15, 2021, 8:59 PM IST

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଫୋକସରେ ନିର୍ମାଣ ଶ୍ରମିକ । କୋଭିଡ ସଂକ୍ରମଣ ଯୋଗୁଁ ସମସ୍ୟାରେ ପଡ଼ିଥିବା ନିର୍ମାଣ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 26 ଲକ୍ଷ ନିର୍ମାଣ ଶ୍ରମିକଙ୍କୁ 385 କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ ପ୍ୟାକେଜ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରତ୍ୟେକ ପଞ୍ଜୀକୃତ ନିର୍ମାଣ ଶ୍ରମିକ ସହାୟତା ବାବଦକୁ ୧୫୦୦ ଟଙ୍କା ଲେଖାଏଁ ପାଇଛନ୍ତି । ଏଥିପାଇଁ ରାଜ୍ୟର ସମସ୍ତ 314 ବ୍ଲକର ନିର୍ମାଣ ଶ୍ରମିକ ଭିଡିଓ କନ୍ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । କୋଭିଡର ପ୍ରଥମ ଲହରରେ ମଧ୍ୟ ନିର୍ମାଣ ଶ୍ରମିକ ମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫୦୦ ଟଙ୍କା ଲେଖାଏଁ ସହାୟତା ଦିଆଯାଇଥିଲା ।

ଫୋକସରେ ନିର୍ମାଣ ଶ୍ରମିକ; ୨୬ ଲକ୍ଷ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ୩୮୫ କୋଟି

ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, "ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ । ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ।" ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ସେପଟେ ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କୈନ୍ଦ୍ରିକ ଯୋଜନା ବାବଦରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଆଲୋଚନା କରିଛନ୍ତି । ଓଡ଼ିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଛନ୍ତି ଯେ, "ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହିସବୁ ସେବାକୁ ୫ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।"

ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭିକେ ପାଣ୍ଡିଆନ, ବିଭାଗୀୟ ସଚିବ ଚିତ୍ରା ଅର୍‌ମୁଗମ, ଶ୍ରମ କମିଶନର, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାଆନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର, ରାସ୍ତା, ସେତୁ ତିଆରି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କୁ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jul 15, 2021, 8:59 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.