ETV Bharat / city

ହୁସିଆର ରାଜ୍ୟବାସୀ, ଅବହେଳା କଲେ ପୁଣି ଥରେ ଲକଡାଉନ: ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀ ନବୀନଙ୍କ କୋରୋନା ସଚେତନତା

କୋରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ । କୋରୋନାର ମୁକାବିଲା ପାଇଁ ଏହାର ମୁଖ୍ୟ ଅସ୍ତ୍ର ମାସ୍କ, ସାନିଟାଇଜର ଓ ସାମଜିକ ଦୂରତା ପାଳନ କରିବା ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ତେବେ ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ହେଲେ ଲକଡାଉନ ଛଡା ଅନ୍ୟ କୌଣସି ବିକଳ୍ପ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଧିକ ପଢନ୍ତୁ...

CM Naveen Pattnaik address  on covid19 third wave
ହୁସିଆର ରାଜ୍ୟବାସୀ, ଅବହେଳା କଲେ ପୁଣି ଥରେ ଲକଡାଉନ :- ମୁଖ୍ୟମନ୍ତ୍ରୀ
author img

By

Published : Aug 4, 2021, 8:15 PM IST

ଭୁବନେଶ୍ବର: ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି । ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ବୁଧବାର ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ, ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି । ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି ।

ହୁସିଆର ରାଜ୍ୟବାସୀ, ଅବହେଳା କଲେ ପୁଣି ଥରେ ଲକଡାଉନ :- ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟରେ କୋଭିଡ କେସ୍‌ ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର intensityକୁ କମ୍‌ କରିଦେଇପାରିବା ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ । ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.