ETV Bharat / city

OMFED ଚାଷୀଙ୍କୁ କୋଭିଡ ସହାୟତା, ଉପକୃତ ହେବେ ୧ ଲକ୍ଷ ୨୦ ହଜାର - ଦୁଗ୍ଧ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା । ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ । ଅଧିକ ପଢନ୍ତୁ...

ଓମ୍‌ଫେଡ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା, ଗୋଖାଦ୍ୟ ପାଇଁ ମିଳିବ 6000

author img

By

Published : Jun 24, 2021, 2:03 PM IST

Updated : Jun 24, 2021, 3:30 PM IST

ଭୁବନେଶ୍ବର: OMFED ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିପାଇଁ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଞ୍ଜିବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।

ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନ ଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍‌ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 24, 2021, 3:30 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.