ଭୁବନେଶ୍ବର: ବିଜେଡିର ଜିଲ୍ଲାୱାରୀ ପର୍ଯ୍ୟବେକ୍ଷକ ନିଯୁକ୍ତ । ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ଦଳୀୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ।
ବିଜେଡି ବିଧାୟକ ତଥା ସାଧାରଣ ସମ୍ପାଦକ ସଙ୍ଗଠନ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ସିଂଙ୍କୁ ଏକାଧିକ ଜିଲ୍ଲାର ଦାଇତ୍ୱ ମିଳିଛି । ସେହିପରି ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼– ସୁଧିର କୁମାର ସାମଲ, ଭଦ୍ରକ- ପ୍ରଣବ ବଳବନ୍ତରାୟ, ବଲାଙ୍ଗୀର- ସୁଶାନ୍ତ ସିଂହ, ବୌଦ୍ଧ- ସୌଭାଗ୍ୟ ନାୟକ, କଟକ- ଉଷା ଦେବୀ, ଦେବଗଡ଼- ସୁଶାନ୍ତ ସିଂହ, ଢେଙ୍କାନାଳ- ବିଜୟ ନାୟକ, ଗଜପତି - ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ- ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର- ସମୀର ରଞ୍ଜନ ଦାସ, ଯାଜପୁର- ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା- ସୁବାସ ସିଂହଙ୍କୁ ନିଯୁକ୍ତି ଦିଆଯାଇଛି ।
ସେହିପରି କଳାହାଣ୍ଡି-ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର- ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା- ପ୍ରମିଳା ମଲ୍ଳିକ, କୋରାପୁଟ- ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ- ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର- ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା, ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର, ପୁରୀ- ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା- ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର- ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର- ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼ ପାଇଁ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।
ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନକୁ ଦଖଲ କରିବା ଲାଗି ସଙ୍ଗଠନକୁ ଅଧିକ କ୍ରିୟାଶୀଳ କରିବା ଲାଗି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଅଦଳବଦଳ କରିଥିବା ଚର୍ଚ୍ଚା ହେଉଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ