ଭୁବନେଶ୍ବର: ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ବିୟୋଗରେ ଟ୍ବିଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଶାସ୍ତ୍ରୀୟ ସଙ୍ଗୀତ ଜଗତରେ ତାଙ୍କ ସ୍ଥାନ ସର୍ବଦା ସ୍ବତନ୍ତ୍ର ରହିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟରରେ ଉଲ୍ଲେଖ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସିଏମ ସମବେଦନା ଜଣାଇଛନ୍ତି ।
ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ଥିଲେ ସୁନନ୍ଦା ପଟ୍ଟନାୟକ । ସୁନନ୍ଦାଙ୍କ ଉପରେ ନିର୍ମିତ ଫିଲ୍ମ ନୀଳମାଧବକୁ ଜାତୀୟ ପୁରସ୍କାର ମିଳିଥିଲା। ଦୀର୍ଘଦିନ ଧରି ଅସୁସ୍ଥତା ଯୋଗୁଁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ 85 ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ସାରା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ