ଭୁବନେଶ୍ବର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରିରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5 ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61 ଟିଏନ୍ଏସିଙ୍କୁ 55 ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ ଯୋଗାଇଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ 20 ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ 10 ହଜାର ଟଙ୍କା, ମ୍ୟୁନିସପାଲଟି ଦୈନିକ 5 ହଜାର ଟଙ୍କା ଓ ଏନଏସି ଦୈନିକ 2 ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନା ଅନୁଯାୟୀ ଗତ 9 ତାରିଖରେ ବୁଲା ଜୀବଜନ୍ତୁଙ୍କ ଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ 60 ଲକ୍ଷ ମଞ୍ଜୁର କରାଯାଇଥିଲା ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ