ଭୁବନେଶ୍ବର: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ 103ତମ ପୁଣ୍ୟ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେପଟେ ରାଜ୍ୟ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଇନ୍ଦିରାଗାନ୍ଧୀ ପାର୍କ ଠାରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି ।
![ଇନ୍ଦିରାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ](https://etvbharatimages.akamaized.net/etvbharat/prod-images/9587976_gandhi.jpg)
ଏଠାରେ ସୂଚନାଥାଉ ଯେ, 1917 ମସିହା ନଭେମ୍ବର 19 ତାରିଖରେ ଉତ୍ତରପ୍ରଦେଶର ଆହ୍ଲାବାଦରେ ଜନ୍ମ ଗ୍ରହଣ କରିଥିଲେ ଇନ୍ଦିରା ଗାନ୍ଧୀ । ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଓ ମାତା କମଳା ନେହେରୁଙ୍କର ସେ ସନ୍ତାନ ଥିଲେ । ଇନ୍ଦିରା 1966ରୁ 1977 ଓ 1980ରୁ 1984 ପର୍ଯ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ । ତାଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନ ଏବଂ ଆନ୍ତର୍ଜାତୀୟ ସମ୍ମାନ ଲେନିନ୍ ନେସ୍ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି ।