ETV Bharat / city

ପାର୍ବଣ ଓ ଶୀତଋତୁରେ କୋଭିଡ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ - Odisha Covid situation

କୋଭିଡ୍‌ ମୁକାବିଲାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ । ପାର୍ବଣ ଓ ଶୀତଋତୁରେ ଅଧିକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଅଧିକ ପଢନ୍ତୁ...

CM Naveen Pattnaik
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
author img

By

Published : Oct 14, 2020, 9:02 PM IST

ଭୁବନେଶ୍ବର: କୋଭିଡ ପରିଚାଳନାରେ ଓଡିଶା କ୍ରମାଗତ ଭାବେ ଭଲ ପ୍ରଦର୍ଶନ କରିଆସୁଛି । ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି । ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି । କଟକ, ଖୋର୍ଦ୍ଧା ଓ ପୁରୀ ପରି ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ ମଧ୍ୟ ପରିସ୍ଥିତିରେ ଉନ୍ନତି ଆସିଛି । ତେବେ ଆଗକୁ ପୂଜା ଋତୁ ଓ ତାପରେ ଶୀତ ଋତୁ ଆସୁଥିବାରୁ ପ୍ରଶାସନକୁ ସମ୍ପୂର୍ଣ୍ଣ ଭାବେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳିକୁ ଦୃଢ ଭାବରେ କାର୍ଯ୍ୟକାରୀ କରିବାକୁ ଆଜି କୋଭିଡ୍‌ ପରିଚାଳନାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀମାନଙ୍କୁ ଏପରି କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,‘କେରଳ କୋଭିଡ ପରିଚାଳନାରେ ଅତି ଭଲ ପ୍ରଦର୍ଶନ କରିଆସୁଥିଲା । କିନ୍ତୁ ଓନାମ ଉତ୍ସବ ପରେ ସବୁକିଛି ବଦଳି ଯାଇଛି । ସଂକ୍ରମଣ ବହୁ ପରିମାଣରେ ବଢିଯାଇଛି । ୟୁରୋପର ଦେଶ ଗୁଡିକରେ ମଧ୍ୟ ସଂକ୍ରମଣର ଦ୍ବିତୀୟ ୱେଭ୍‌ ଦେଖାଦେଇଛି । ତେଣୁ ସାମାନ୍ୟ ଢିଲା ପଣ ଆସିଲେ, ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି ।’

ସେଥିପାଇଁ ପ୍ରଶାସନ ଏକ୍ଷେତ୍ରରେ ସଂପୂର୍ଣ୍ଣ ସତର୍କ ରହି ଲୋକଙ୍କୁ ସଚେତନ କରିବା ଏବଂ ସବୁ ନିୟମର ଦୃଢ ଅନୁପାଳନ ଉପରେ ଧ୍ୟାନ କେନ୍ଦ୍ରୀତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ମଧ୍ୟ ଗୁରୁତ୍ବ ଦେଇଛନ୍ତି । ଓଡିଶା ବର୍ତ୍ତମାନ ପୁଞ୍ଜି ବିନିଯୋଗର ଏକ ଆକର୍ଷଣୀୟ କ୍ଷେତ୍ର ହୋଇପାରିଛି । ବୃହତ ଶିଳ୍ପ ହେଉ, କିମ୍ବା ମଧ୍ୟମ ବା ଏମଏସଏଇ କ୍ଷେତ୍ର ହେଉ ସମସ୍ତ ଶିଳ୍ପ ପ୍ରକଳ୍ପ ଗୁଡିକୁ ସବୁସ୍ତରରେ ସହଯୋଗ ଯୋଗାଇ ଦେଇ ଠିକ୍‌ ସମୟରେ ପ୍ରକଳ୍ପ ଯେପରି କାର୍ଯ୍ୟକାରୀ ହେବ ଏବଂ ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକମାନେ ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ନରେଗା, ମିଶନ ଶକ୍ତି ଓ ଜୀବିକା ମିଶନ ଆଦି ଜୀବିକା କାର୍ଯ୍ୟକ୍ରମ ଗୁଡିକୁ ମଧ୍ୟ ଉପଯୁକ୍ତ ପ୍ରାଧାନ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାସହ ଶିଳ୍ପ, ଖଣି, ନିର୍ମାଣ, ସେବା, ପରିବହନ ଆଦି ସବୁ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଏ କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ । ଯେକୌଣସି ଅର୍ଥନୈତିକ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରାଗଲେ ଦୃଢ ପଦକ୍ଷେପ ନିଆଯିବ ।’

ସେହିପରି ସମୀକ୍ଷା ବୈଠକରେ ରାଜ୍ୟରେ ସଂକ୍ରମଣ ହ୍ରାସ ଘଟୁଛି । ର୍ତ୍ତମାନ ଡାକ୍ତରଖାନା ଉପରେ ଚାପ ମଧ୍ୟ ହ୍ରାସ ପାଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ।

ଅନ୍ୟପଟେ କଟକ, ଖୋର୍ଦ୍ଧା ଓ ପୁରୀରେ ସଂକ୍ରମଣ କମୁଛି । ରାଜ୍ୟରେ ଆରୋଗ୍ୟ ହାର 91 ପ୍ରତିଶତରେ ପହଞ୍ଚିଛି । ଓଡିଶା ଏକ୍ଷେତ୍ରରେ ଦେଶର ପ୍ରଥମ 5ଟି ରାଜ୍ୟ ମଧ୍ୟରେ ରହିଛି । କୋଭିଡ ଡାକ୍ତରଖାନା ଶଯ୍ୟା, ଆଇସିୟୁ ଓ ଭେଣ୍ଟିଲେଟର ଆଦି ସବୁ କ୍ଷେତ୍ରରେ ରାଜ୍ୟ ବର୍ତ୍ତମାନ ସନ୍ତୋଷଜନକ ସ୍ଥିତିରେ ରହିଛି । ବର୍ତ୍ତମାନ 20 ରୁ 40 ପ୍ରତିଶତ ଆଇସିୟୁ ଖାଲି ରହୁଛି ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଛନ୍ତି । ସେହିପରି କୋଭିଡ ଗାଇଡଲାଇନ୍ସ ଅନୁଯାୟୀ ପୋଲିସ ଅନେକ ପଦକ୍ଷେପ ନେଇଥିବା ପୋଲିସ ମହାନିର୍ଦ୍ଦେଶକ ଏହି ଅବସରରେ କହିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.