ETV Bharat / city

50 ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅଧିକ ପଢନ୍ତୁ...

author img

By

Published : Mar 2, 2021, 9:21 PM IST

ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ 50 ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଛି । ସେହିପରି ୩ ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଛାତ୍ରାବାସର ଉଦଘାଟନ କରିବା ସହ ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ ପ୍ରଦାନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ, ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର । ଜନଜାତି ଭାଇଭଉଣୀମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି । ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି । ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି ।

ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ଵାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢିପାରିବେ । ସେହିପରି ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ, Odisha State Scholarship Portal ରେ Post Matric Scholarship ସିଧା ସଳଖ ବ୍ୟାଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଛି ।

ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଛନ୍ତି । ଅନ୍ୟପଟେ ପ୍ରାଥମିକସ୍ତରରେ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ପାଇଁ ସଂହତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିରେ 1.5 ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସେହିପରି ହଷ୍ଟେଲଗୁଡିକରେ ରହୁଥିବା ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ମୋ ଛତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କରଯାଇଛି । ଏହା ଦ୍ଵାରା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ଥିବା 6700 ହଷ୍ଟେଲର 5.75 ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ ।

ସେହିପରି ଆକାଂକ୍ଷା ଯୋଜନାରେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲାରେ ୩ ଟି ଆକାଂକ୍ଷା ହଷ୍ଟେଲ ଉଦଘାଟନ କରିଥିଲେ । ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ 68ଟି ଛତ୍ରାବାସ ଲୋକାର୍ପିତ କରିଥିଲେ । ଏହି ଛତ୍ରାବାସଗୁଡିକ ପାଇଁ 150 କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର । ପ୍ରୟାସ ଯୋଜନାରେ 7500 ରୁ ଅଧିକ ST, SC ଓ OBC ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡିଶା skill development authority ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି ।

ସେହପିର ଆରମ୍ଭ ହୋଇଥିବା ପୁଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଗୋଟିଏ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ Ajim Premji Philanthropic Initiative ର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଦ୍ଵାରା ଆମର 3500 PVTG ଚାଷୀ, 23 ହଜାର ଶିଶୁ ଏବଂ 25 ହଜାର ମାଆ ଉପକାର ପାଇବେ । ଏହି କାର୍ଯ୍ୟକ୍ରମ ରାଜ୍ୟର 1138 ଟି PVTG ଗ୍ରାମରେ କାର୍ଯ୍ୟକାରୀ ହେବ ।

ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରୁ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଆଜିର କାର୍ଯ୍ୟକ୍ରମ ଦ୍ଵାରା ଜନଜାତି, ଜାତି ଛାତ୍ରଛାତ୍ରୀମାନେ ଆଗକୁ ବଢିବା ସହିତ ଓଡିଶାର ବିକାଶରେ ଯୋଗଦାନ ରଖିପାରିବେ ବୋଲି କହିଥିଲେ । ସେହିପରି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଂ ଜରିଆରେ ଯୋଗଦେଇ ଅଭିଭାଷଣ ରଖିଥିଲେ । ଜନଜାତିଙ୍କ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ନବରଙ୍ଗପୁର ଓ କେନ୍ଦୁଝରର ଦୁଇଜଣ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଂ ଜରିଆରେ ନିଜର ମତାମତ ରଖି ଏହାଦ୍ୱାରା ସେମାନଙ୍କର ଉଚ୍ଚଶିକ୍ଷାରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ମଧ୍ୟ ଦେଇଥିଲେ ।
5T ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପିକେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗ ଦେଇଥିଲେ ।

ଭୁବନେଶ୍ୱରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.