ETV Bharat / city

ମହିଳା ଓ ଶିଶୁଙ୍କ ଲାଗି ୫ଟି ଅନଲାଇନ ସେବା ଲୋକାର୍ପିତ

author img

By

Published : Feb 25, 2021, 11:04 PM IST

ରାଜ୍ୟ ସରକାରଙ୍କର ୫ଟି ଅଧିନରେ ଆଜି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଟି ନୂଆ ଅନଲାଇନ ସେବା ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାକୁ ଲୋକାର୍ପିତ କରିଛନ୍ତି । ଅଧିକ ପଢନ୍ତୁ...

ମହିଳା ଓ ଶିଶୁଙ୍କ ଲାଗି ୫ଟି ଅନଲାଇନ ସେବା ଲୋକାର୍ପିତ
ମହିଳା ଓ ଶିଶୁଙ୍କ ଲାଗି ୫ଟି ଅନଲାଇନ ସେବା ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ୫ଟି ଅଧିନରେ ଆଜି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଟି ନୂଆ ଅନଲାଇନ ସେବା ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାକୁ ଲୋକାର୍ପିତ କରିଛନ୍ତି । ୫ ଗୋଟି ସେବା ହେଲା...
( ୧ ) ଇ - କଳିକା
( ୨ ) ମୋ ଛତୁଆ ଆପ୍
( ୩ ) ଇ - ମାନଦେୟ ପୋର୍ଟାଲ
( ୪ ) ମମତା ଆପ୍ ଏବଂ
( ୫ ) ମୋ ଶିଶୁ ପୋର୍ଟାଲ ।

ରାଜ୍ୟ ସରକାର ଗତ ୨୦ ବର୍ଷ ଧରି ମହିଳା ମାନଙ୍କର ସଶକ୍ତିକରଣ ଏବଂ ଶିଶୁମାନଙ୍କର କଲ୍ୟାଣକୁ ପ୍ରାଥମିକତା ଦେଇ ଆସୁଛନ୍ତି । ଏଥିପାଇଁ ପଞ୍ଚାୟତ ଅନୁଷ୍ଠାନ ମାନଙ୍କରେ ମହିଳାମାନଙ୍କ ପାଇଁ ସଂରକ୍ଷଣ ଠାରୁ ଆରମ୍ଭ କରି ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି । ରାଜ୍ୟ ସରକାରଙ୍କର ଉଦ୍ୟମରେ ଓଡ଼ିଶା ଆଜି ମହିଳା ସଶକ୍ତିକରଣ, ଶିଶୁ ମାନଙ୍କର ଯତ୍ନ ଏବଂ ପୁଷ୍ଟି କ୍ଷେତ୍ରରେ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସାରା ଦେଶରେ ଏ ପର୍ଯ୍ୟନ୍ତ କେବଳ ଓଡ଼ିଶାରେ ହିଁ ପୁଷ୍ଟି ବଜେଟ୍ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମା ଓ ଶିଶୁମାନଙ୍କୁ ସବୁପ୍ରକାର ସେବା ଯୋଗାଇ ଦେବା ପାଇଁ ଅଙ୍ଗନବାଡ଼ି ଠାରୁ ଆରମ୍ଭକରି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, କ୍ରେଟ, କର୍ମଜୀବି ମହିଳାମାନଙ୍କ ପାଇଁ ହଷ୍ଟେଲ, ଅନାଥାଶ୍ରମ ଏବଂ ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନ ମାନ କାର୍ଯ୍ୟ କରୁଛି । ରାଜ୍ୟ ସରକାରଙ୍କର ଏହି ସବୁ କାର୍ଯ୍ୟକ୍ରମ ଯେପରି ଅଧିକ ଦକ୍ଷତାର ସହିତ ଲୋକଙ୍କ ପାଖରେ ପହଞ୍ଚି ପାରିବ ସେ ଦିଗରେ ରାଜ୍ୟ ସରକାର ବିଶେଷ ଯତ୍ନବାନ ଅଛନ୍ତି । ବୈଷୟିକ ଜ୍ଞାନକୌଶଳ ସହ ଏହି ସବୁ ସେବା ଯୋଡିବା ଲାଗି ଆଜି ୫ ଟି ଅନ୍‌ଲାଇନ୍ ସେବା କାର୍ଯ୍ୟକାରୀ କରାଯାଇଛି । ପରିବର୍ତ୍ତିତ ପରିସ୍ଥିତିରେ ହିତାଧିକାରୀଙ୍କୁ ଗୁଣାତ୍ମକ ସେବା ଯୋଗାଇବାରେ ଏହା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟ ସରକାର ମହିଳା ଓ ଶିଶୁ ବିଭାଗର କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟର କୋଣ ଅନୁକୋଣରେ ପ୍ରତି ପରିବାର ପାଖରେ ପହଞ୍ଚି ପାରିଛି ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି ।

ବିଭାଗୀୟ ପ୍ରମୁଖ ସଚିବ ଅନୁ ଗର୍ଗ ଲୋକାର୍ପିତ ହୋଇଥିବା ଅନ୍‌ଲାଇନ ସେବା ବିଷୟରେ ସମ୍ୟକ ସୂଚନା ଦେବା ସହ ସ୍ଵାଗତ ଭାଷଣରେ ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଇ - କଳିକା ଆପ ଜରିଆରେ ରାଜ୍ୟରେ ରହୁଥିବା ୩ ବର୍ଷରୁ କମ୍ ବୟସ୍କ ଶିଶୁମାନଙ୍କ ଯୁବା ଆନୁସାଙ୍ଗିକ ବ୍ୟବସ୍ଥା ପାଇଁ ତଦାରଖ କରାଯାଇପାରିବ । ଏଥିରେ ମା ଓ ଶିଶୁ ମାନଙ୍କର ଯତ୍ନ ତତ୍ ସମ୍ବନ୍ଧୀୟ ତଥ୍ୟ ସହ ପ୍ରତି ଶିଶୁର ଶାରୀରିକ ତଥା ବୌଦ୍ଧିକ ବିକାଶକୁ ନଜର ରଖାଯାଇପାରିବ ।

‘ମୋ ଛତୁଆ’ ଆପ୍ ଜରିଆରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ଵାରା ପ୍ରସ୍ତୁତ ଛତୁଆ ଓ ଏହାର ଯୋଗାଣ ପଦ୍ଧତିକୁ ଅଧିକ ବ୍ୟବସ୍ଥିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ମାନଙ୍କୁ ପ୍ରୋତ୍ସାହନ ପାଇଁ ଇ - ମାନଦେୟ ପୋର୍ଟାଲ କାର୍ଯ୍ୟକାରୀ କରାଯାଉଅଛି । ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୩୪ ହଜାର ୭୫୮ ଜଣ ଅଙ୍ଗନ ବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟକ ଉପକୃତ ହେବେ ।

ରାଜ୍ୟ ସରକାରଙ୍କର ଅନ୍ୟତମ ଲୋକପ୍ରିୟ କାର୍ଯ୍ୟକ୍ରମ ମମତାକୁ ଆହୁରି ଲୋକାଭିମୁଖୀ ଓ ସେବା କୈନ୍ଦ୍ରିକ କରିବା ପାଇଁ ମମତା ମୋବାଇଲ ଆପ୍ ଖୋଲାଯାଇଛି । ଏଥିରେ ଘରେ ବସି ମା ମାନେ ପଞ୍ଜିକରଣ ଠାରୁ ଆରମ୍ଭ କରି ବ୍ୟାଙ୍କ ଖାତାରେ ଟଙ୍କା ଦାଖଲ ପର୍ଯ୍ୟନ୍ତ ସବୁ ତଥ୍ୟ ପାଇପାରିବେ । ଅଭିଯୋଗ ପାଇଁ ୧୮୧ ହେଲ୍ପ ଲାଇନ ନମ୍ବର ବ୍ୟବହାର କରିପାରିବେ । ସେହିପରି ମୋ ଶିଶୁ ପୋର୍ଟାଲ ଶିଶୁ ସୁରକ୍ଷା ସେବାକୁ ତଦାରଖ ଓ ଦୃତଗାମୀ କରିବା ପାଇଁ ଏକ ସରଳ ବ୍ୟବସ୍ଥା । ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନେ ଏହାଦ୍ୱାରା ଉପକୃତ ହୋଇପାରିବେ । ଶିଶୁ ମଙ୍ଗଳ କମିଟି ଓ କିଶୋର ନ୍ୟାୟ ବୋର୍ଡ଼ ମଧ୍ୟ ଅନଲାଇନରେ ବିଭିନ୍ନ ତଥ୍ୟକୁ ଅନୁଧ୍ୟାନ କରି ଶିଶୁମାନଙ୍କ ଥଇଥାନ କାର୍ଯ୍ୟକାରୀ କରିପାରିବେ ।

ଏହି ଅବସରରେ ୫ଟି ଜାତୀୟ ଆନ୍ତର୍ଜାତୀୟ ସଂସ୍ଥା ସହିତ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି । ଘରକୁ ନିଆଯାଉଥିବା ଶୁଖୁଲା ଖାଦ୍ୟର ମାନବୃଦ୍ଧି ପାଇଁ ବୈଷୟିକ ସହଯୋଗ ଓ ମିଶନ ଶକ୍ତି ମା ମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ସି.ଏଫ୍.ଟି.ଆର.ଆଇ ସହିତ ବୁଝାମଣା ପତ୍ର ସ୍ବାକ୍ଷର କରାଯାଇଛି । ଖାଦ୍ୟର ଗୁଣବତ୍ତାର ଉନ୍ନତି ଏବଂ ପୁଷ୍ଟିକର ଅଭ୍ୟାସରେ ଉନ୍ନତି ଆଣିବା ପାଇଁ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ସହିତ ମା ଶିଶୁ ଓ କିଶୋରୀ ମାନଙ୍କର ପୁଷ୍ଟିହୀନତା ଚିହ୍ନଟ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାପାଇଁ ଆଇ.ସି.ଏମ୍.ଆର ସହିତ ଏବଂ ଶିଶୁ ସୁରକ୍ଷାକୁ ନିଶ୍ଚିତ କରିବାପାଇଁ ତୃଣମୂଳ ସ୍ତରରୁ ଜିଲ୍ଲା ଓ ରାଜ୍ୟ ସ୍ତର ପର୍ଯ୍ୟନ୍ତ କାର୍ଯ୍ୟରତ ମାନବସମ୍ବଳର ଦକ୍ଷତା ବୃଦ୍ଧି ପାଇଁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଓ ୟୁନିସେଫ ମଧ୍ୟରେ ବୁଝାମୁଣା ପତ୍ର ସ୍ବାକ୍ଷରିତ ହୋଇଛି ।

ଭୁବନେଶ୍ୱରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.