ETV Bharat / city

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ, ୫ ଅଧିକାରୀ ବିଦା

author img

By

Published : Aug 10, 2022, 8:43 PM IST

ଦୁର୍ନୀତିଗ୍ରସ୍ତ ବା ଅପାରଗ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଛାଟ । ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ, ୫ ଅଧିକାରୀ ବିଦା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟରେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାସହ ୨ ଜଣଙ୍କୁ ଚାକିରିରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ଏଥିରେ ଜଣେ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର, ୨ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓଏଏସ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ସାମିଲ ରହିଛନ୍ତି । ପୂର୍ବରୁ ୧୬୪ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଆଶିଷ କୁମାର ଦାଶ । କଣ୍ଟ୍ରାକ୍ଟରମାନଙ୍କ ଠାରୁ ଅସତ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢ଼ାଉ କଲା ପରେ ୮.୬୩ କୋଟି ଟଙ୍କାର ସମ୍ପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା । କାର୍ଯ୍ୟରେ ଅସାଧୁତା କାରଣରୁ ଏହି ସବୁ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

କଟକ କନ୍ଦରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଭିଜିଲାନ୍ସ ମାମଲା ଚାଲିଛି । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି କେନ୍ଦୁଝର ଜିଲ୍ଲା ସାଳପଡା ସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୋଧରେ ୧.୪୨ କୋଟିରୁ ଅଧିକ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଦୁର୍ନୀତି ମାମଲା ରହିଥିବାରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉମରକୋଟ ସଡକ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା । ଏହା ସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲ ମଧ୍ୟ ରହିଛି । ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ(CDVO) ଜଳଧର ମଲ୍ଲିକଙ୍କ ବିରୋଧରେ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲ ରହିଛି । ଏଥିପାଇଁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ବର୍ତ୍ତମାନ ବାଲେଶ୍ବରର ଡେପୁଟି କଲେକ୍ଟର ଥିବା ତଥା ମୟୁରଭଞ୍ଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ୍‌ର ପୂର୍ବତନ ତହସିଲଦାର ଓ.ଏ.ଏସ ଅଧିକାରୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ରହିଥିବାରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ (Ex-SEO) ପ୍ରଭାସିନୀ ବାବୁ ସ୍ବାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ମଧ୍ୟ ଚାକିରିରୁ ବହିଷ୍କାର କରାଯାଇଛି । ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର୍‌ ଦେଇଆସିଛନ୍ତି । ଅପାରଗ ଓ ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ ନୀତି ଜାରି ରହିଛି ।

ଭୁବନେଶ୍ବର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.