ETV Bharat / city

ଅଭ୍ୟାସଗତ ଅପରାଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

author img

By

Published : Apr 14, 2020, 2:45 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ...

cm-review-meeting-on-corona
ଅଭ୍ୟାସଗତ ଅପରାଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଏଥିରେ ରାଜ୍ୟରେ କୋରୋନା ମୁକାବିଲାରେ ନିୟୋଜିତ ରହିଥିବା ଯୋଦ୍ଧାମାନଙ୍କୁ ସାବାସୀ ଦେବା ସହ ଅଭ୍ୟାସଗତ ଅପରାଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟର କୋରୋନା ସ୍ଥିତି ଅନ୍ୟ ରାଜ୍ୟ ମାନଙ୍କ ତୁଳନାରେ ଭଲଥିବା ନେଇ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟର କୋରୋନା ରୋଗୀଙ୍କ ସଂଖ୍ୟା କମିଛି, ଯାହାକି ଆମ ପାଇଁ ଭଲ ସଂକେତ ଦେଉଛି ।’

ରାଜ୍ୟରେ କୋରୋନା ମୁକାବିଲାରେ ନିୟୋଜିତ ରହିଥିବା ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଅନ୍ୟପକ୍ଷରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ଯେପରି କୌଣସି ବାଧା ନ ଉପୁଜେ ତା ଉପରେ ଧ୍ୟାନ ଦେବା ପାଇଁ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି କୃଷିଜାତ ଦ୍ରବ୍ୟର ପରିବହନ ପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଘରୋଇ ହିଂସା ଉପରେ ନଜର ରଖିବା ସହ ଦୋଷୀଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଅଭ୍ୟାସଗତ ଅପରାଧୀଙ୍କ ଉପରେ ଦୃଷ୍ଟି ରଖିବା ସହ ସେମାନଙ୍କୁ ସାବାଡ କରିବା ପାଇଁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.