ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ମରୁଡି ସମୀକ୍ଷା; ୭ଦିନ ମଧ୍ୟରେ ସବୁ ଉଠାଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ - State Drought situation

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିର ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ମରୁଡିର ସଠିକ ଢଙ୍ଗରେ ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି । ଅଧିକ ପଢନ୍ତୁ...

State Drought situation review by cm Naveen Patnaik
ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା
author img

By

Published : Aug 31, 2021, 7:40 PM IST

Updated : Aug 31, 2021, 8:17 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ମଙ୍ଗଳବାର) ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିର ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ମରୁଡିର ସଠିକ ଢଙ୍ଗରେ ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (Contingency Crop Plan) କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ମରୁଡି ସମୀକ୍ଷା

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ଫସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ recharging ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ । MGNREGAରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସଂପଦ ବିଭାଗ ନିଜସ୍ବ ବିକଳ୍ପ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଛନ୍ତି ।

କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ, ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି । କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସଂପର୍କରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

Last Updated : Aug 31, 2021, 8:17 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.