ETV Bharat / city

ମାଟ୍ରିକ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ କରିପାରନ୍ତି ବଡ ଘୋଷଣା - CM Announcement

ମାଟ୍ରିକ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ କରିପାରନ୍ତି ବଡ ଘୋଷଣା

author img

By

Published : Apr 15, 2021, 1:14 PM IST

Updated : Apr 15, 2021, 1:50 PM IST

13:11 April 15

ଆଜି ମାଟ୍ରିକ ପରୀକ୍ଷା ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ବଡ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ଆଜି ମାଟ୍ରିକ ପରୀକ୍ଷା ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ବଡ ଘୋଷଣା କରିପାରନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଦେଶରେ କୋରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ରାଜ୍ୟରେ ମଧ୍ୟ ହୁ ହୁ ହୋଇ ବଢି ଚାଲିଛି କୋରୋନା । ଏହାକୁ ଦୃଷ୍ଟିରେ ରଖି ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାବଦରେ ଅପରାହ୍ନ 4ଟାରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ  ।

ତେବେ ଗତକାଲି କେନ୍ଦ୍ର ସରକାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଥିଲେ । ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ ନିଷ୍ପତ୍ତି ନେଇପାରନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ  

Last Updated : Apr 15, 2021, 1:50 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.