ETV Bharat / city

ପିପିଲି ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣବିଧି - ପିପିଲି ଉପନିର୍ବାଚନ ଆଦର୍ଶ ଆଚରଣବିଧି

ପୁରୀ ଜିଲ୍ଲାରେ ଲାଗୁ ହୋଇଛି ଆଦର୍ଶ ଆଚରଣବିଧି । ପିପିଲି ଉପନିର୍ବାଚନକୁ ଦୃଷ୍ଟିରେ ରଖି ଆଦର୍ଶ ଆଚରଣବିଧି ଲାଗୁ କରାଯାଇଛି । ଅଧିକ ପଢନ୍ତୁ...

ପିପିଲି ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣବିଧି

author img

By

Published : Sep 6, 2021, 8:09 PM IST

ପୁରୀ: କୋଭିଡ୍‌ ଯୋଗୁଁ ସ୍ଥଗିତ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ଭାରତ ନିର୍ବାଚନ ଆୟୋଗ ପୁନଃବିଜ୍ଞପ୍ତି ପ୍ରକାଶ କରିଛନ୍ତି । ବିଭିନ୍ନ ରାଜନୈତିକ ଦଳ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ପରାମର୍ଶ କ୍ରମେ ନିର୍ବାଚନ ଆୟୋଗ ପିପିଲି ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ଜାରି କରିଛନ୍ତି ।

ଏଥିସହିତ ସେପ୍ଟେମ୍ବର 4ରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ସେପ୍ଟେମ୍ବର 30ରେ ଭୋଟ ଗ୍ରହଣ କରାଯିବ । ସେହିପରି ଅକ୍ଟୋବର 3 ତାରିଖ (ସକାଳ ୭ ଘଟକାରୁ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ) ଭୋଟ ଗଣତି ହୋଇ ସେପ୍ଟେମ୍ବର 5ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଉପନିର୍ବାଚନରେ କୋଭିଡ୍‌ ବିସ୍ତୃତ ନିର୍ଦ୍ଦେଶାବଳୀକୁ ସବୁ ସ୍ତରରେ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଜାରି କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.