ଭୁବନେଶ୍ବର: ବାଲେଶ୍ଵର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବାଲେଶ୍ଵର ପାଇଁ ମମତା କୁଣ୍ଡୁ ଓ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି ।

ପୂର୍ବରୁ ବିଜେଡ଼ି- ବିଜେପି ନିଜ ନିଜର ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ଆଜି ଶେଷରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବାଲେଶ୍ବର ସଦର ଆସନ ପାଇଁ ପୂର୍ବରୁ ପିସିସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକଙ୍କ ନାଁ କୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ଏମିତିକି କଂଗ୍ରେର ବରିଷ୍ଠ ନେତା ସୁର ରାଉତରାୟ ମଧ୍ୟ ନବଜ୍ୟୋତିଙ୍କ ନା କହିଥିଲେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ