ETV Bharat / city

Dhamnagar Bypoll: କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଜାରି, ବାଦ୍ ପଡିଲେ ମୋକିମ୍ - ଧାମନଗର ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା

ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ । ତାଲିକାରେ ନାହାନ୍ତି ମହମ୍ମଦ ମୋକିମ୍ । ଅଧିକ ପଢନ୍ତୁ

Dhamnagar Bypoll: କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ, ବାଦ୍ ପଡିଲେ ମୋକିମ୍

author img

By

Published : Oct 15, 2022, 9:27 AM IST

ଭୁବନେଶ୍ବର: ଜାରି ହେଲା କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା(Congress Announces Star Campaigners) । ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ପାଇଁ ରାଜ୍ୟ ପ୍ରଭାରୀ ଡ଼ ଚେଲ୍ଲାକୁମାରଙ୍କ ସମେତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ସାଂସଦ ସପ୍ତଗିରି ଉଲାକା, ବିଧାୟକ ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା ପ୍ରଚାର କରିବେ । ତେବେ ଏହି ପ୍ରଚାର ତାଲିକାରୁ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ବାଦ୍ ପଡିଛନ୍ତି ।

କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଚିରିଞ୍ଜୀବ ବିଶ୍ବାଳ, ଭକ୍ତ ମୋହନ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ସୁରେଶ କୁମାର ରାଉତରାୟ, ସସ୍ମିତା ବେହେରା, ବିଜୟଲକ୍ଷ୍ମୀ ସାହୁ, ଜଗନ୍ନାଥ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ଗଣେଶ୍ବର ବେହେରା, ପଞ୍ଚାନନ କାନୁନଗୋ, ରମେଶ ଜେନା, ଦାଶରଥି ଗମାଙ୍ଗୋ, ଅଧୀର ରଞ୍ଜନ ପାଣିଗ୍ରାହୀ, ବନ୍ଦିତା ପରିଡା, ସ୍ମୃତି ରଞ୍ଜନ ଲେଙ୍କା, ୟାସିର ନୱାଜ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ରହିଛନ୍ତି ।

ଏହାମଧ୍ୟ ପଢନ୍ତୁ: Dhamnagar Battle: BJP-BJDର ଷ୍ଟାର ପ୍ରଚାରକ ତାଲିକା, ପ୍ରଚାର ମଙ୍ଗ ଧରିବେ ୩ କେନ୍ଦ୍ରମନ୍ତ୍ରୀ

ସେହିପରି ବିଜେପି ଓ ବିଜେଡି ପକ୍ଷରୁ ମଧ୍ୟ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି ହୋଇଛି । ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀଙ୍କ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ୩ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ବିଶେଶ୍ବର ଟୁଡ଼ୁଙ୍କ ସମେତ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ଓଡ଼ିଶା ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ବରୀ ପ୍ରମୁଖ ପ୍ରଚାର କରିବେ । ବିଜେଡି ପାଇଁ ପ୍ରଚାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.