ଭୁବନେଶ୍ୱର: ରେଳ ପ୍ରକଳ ଅନୁଦାନ ପ୍ରସଙ୍ଗରେ ଗତ ବର୍ଷ ଓଡିଶା ବିଧାନସଭାରେ ଏକ ପ୍ରତିନିଧି ଦଳ ଦିଲ୍ଲୀରେ ରେଳମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟି ରାଜ୍ୟକୁ ଅଧିକ ଅନୁଦାନ ଦେବାକୁ ଦାବି ଉପସ୍ଥାପନ କରିଥିଲେ । ସଂସଦରେ ୧ ଫେବୃଆରୀରେ ବଜେଟ ଉପସ୍ଥାପନ ହୋଇଥିବା ବେଳେ ଓଡିଶା ବିଧାନସଭା କମିଟି ଫେବୃଆରୀ ୧୨ ତାରିଖରେ ରେଳମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ଦାବି ରଖିଥିଲେ ।
ତେବେ ଆଗାମୀ କେନ୍ଦ୍ର ବଜେଟ୍ ୨୦୨୧-୨୨ ସଂସଦରେ ଫେବୃଆରୀ ପହିଲାରେ ଉପସ୍ଥାପନ ପାଇଁ ଧାର୍ଯ୍ୟ ହୋଇଛି । କଂଗ୍ରେସ ଦଳର ଆଶଙ୍କା ବଜେଟ୍ ଉପସ୍ଥାପନ ପୂର୍ବରୁ ରାଜ୍ୟର ଦାବି ସଠିକ୍ ଭାବେ ଉପସ୍ଥାପିତ ହୋଇ ନପାରିଲେ ଓଡିଶାବାସୀଙ୍କୁ କ୍ଷତି ସହିବାକୁ ପଡିବ । ଏଣୁ, ବଜେଟ୍ ଉପସ୍ଥାପନ ପରେ ରାଜ୍ୟ ସରକାର ଦାବି କରି ରାଜ୍ୟବାସୀଙ୍କୁ ଭ୍ରମିତ କରିବା ଅପେକ୍ଷା ବଜେଟ୍ ପୂର୍ବରୁ ସରକାର ରାଜ୍ୟକୁ କିଭଳି ଅଧିକରୁ ଅଧିକ ଅନୁଦାନ ମିଳିବ ସେଥିପ୍ରତି କେନ୍ଦ୍ର ରେଳମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରନ୍ତୁ ବୋଲି ଦାବି ହୋଇଛି ।
ଦଳୀୟ ରାଜନୀତିରୁ ଉର୍ଦ୍ଧ୍ବରେ ରହି ଦିଲ୍ଲୀ ଦରବାରରେ ଓଡିଶାର ନ୍ୟାର୍ଯ୍ୟ ସ୍ୱାର୍ଥ ହାସଲ ଲାଗି ଉଭୟ ବିଜେଡ଼ି ଓ ବିଜେପିକୁ କଂଗ୍ରେସ ଦଳ ତରଫରୁ ଆହ୍ବାନ କରାଯାଇଛି । ଓଡିଶାରୁ ପ୍ରତିବର୍ଷ ୧୫ ହଜାର କୋଟିରୁ ଉର୍ଦ୍ଧ୍ୱ ରାଜସ୍ୱ ରେଳବାଇ ପାଉଥିବା ବେଳେ ରାଜ୍ୟର ରେଳ ବିକାଶ ଲାଗି ଆଗାମୀ ବଜୋଟରେ ଅତି କମ୍ରେ ୧୦ ହଜାର କୋଟି ଟଙ୍କା ଟଙ୍କା ଅନୁଦାନ ଘୋଷଣା କରିବାକୁ ପ୍ରଦେଶ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ଏକ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।
ଭୁବନେଶ୍ୱରରୁ ତପନ କୁମାର ଦାସ, ଇଟିଭି ଭାରତ