ETV Bharat / city

ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲା କଂଗ୍ରେସ - ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

କଳାହାଣ୍ଡିରେ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଅପହରଣ ଓ ହତ୍ୟାକାଣ୍ଡ ଘଟଣାକୁ ନେଇ ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ । ଅଧିକ ପଢନ୍ତୁ...

ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲା କଂଗ୍ରେସ

author img

By

Published : Oct 20, 2021, 7:37 PM IST

ଭୁବନେଶ୍ବର: ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜ୍ୟରେ ତେଜୁଛି ରାଜନୀତି । କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ସ୍କୁଲର ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ଘଟଣାରେ ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ ।

ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲା କଂଗ୍ରେସ

ତେବେ ରାଜ୍ୟରେ ଦିନକୁ ଦିନ ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି । ଆଉ ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନୈତିକତା ଦୃଷ୍ଟିରୁ କାହିଁକି ଏପର୍ଯ୍ୟନ୍ତ ଇସ୍ତଫା ଦେଇନାହାନ୍ତି । ଏହି ଘଟଣା ପରେ କଳାହାଣ୍ଡିସ୍ଥିତ ମହାଲିଙ୍ଗ କଲେଜର ଛାତ୍ରୀମାନଙ୍କ ଭବିଷ୍ୟତ କଣ ହେବ । ସମଗ୍ର ଦେଶରେ ନାରୀ ନିର୍ଯାତନାରେ ଓଡିଶା ଭଳି ରାଜ୍ୟ 2 ନମ୍ବର ରହିଥିବା କହିଛି କଂଗ୍ରେସ ।

ସେପଟେ ଦଳ ଅଭିଯୋଗ କରିଛି କି ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ହସ୍ତକ୍ଷେପ କରିବା ସହ ଯେଉଁମାନେ କଲେଜକୁ ଯା' ଆସ କରୁଥିଲେ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.