ETV Bharat / city

ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା: କଂଗ୍ରେସ - ଓଡିଶା ପଞ୍ଚାୟତନ ନିର୍ବାଚନ ଖବର

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ । ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା, ସମ୍ବିଧାନ, ଗଣତନ୍ତ୍ର ପ୍ରତି କୁଠାରଘାତ କଲେ ରାଜ୍ୟ ସରକାର ଓ ନିର୍ବାଚନ କମିଶନ । ଅଧିକ ପଢନ୍ତୁ

ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା : କଂଗ୍ରେସ

author img

By

Published : Jan 11, 2022, 10:53 PM IST

ଭୁବନେଶ୍ବର: ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା, ସମ୍ବିଧାନ, ଗଣତନ୍ତ୍ର ପ୍ରତି କୁଠାରଘାତ କଲେ ରାଜ୍ୟ ସରକାର ଓ ନିର୍ବାଚନ କମିଶନ । ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା । ଖଳନାୟକ ଭାବରେ ରାଜ୍ୟର ବିଜେଡି ସରକାର ଓ ତାଙ୍କର ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ ଏହି କଳଙ୍କିତ ଅଧ୍ୟାୟର ସୂତ୍ରଧର ବୋଲି କଂଗ୍ରେସ ଶାଣିତ କଟାକ୍ଷ କରିଛି ।

ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା : କଂଗ୍ରେସ

ଦେଶରେ କୋରୋନା ସଂକ୍ରମଣ ଆଜି (ମଙ୍ଗଳବାର) ୧ ଲକ୍ଷ ୬୮ ହଜାର । ରାଜ୍ୟରେ ତାହା ୭୦୭୧ । ବିଶେଷଜ୍ଞମାନେ ଏହି ସଂକ୍ରମଣ ଆସନ୍ତା ଫେବୃଆରୀରେ ଶୀର୍ଷରେ ଛୁଇଁବ ବୋଲି ସତର୍କ କରାଇଛନ୍ତି । ବିଜେଡିକୁ ଛାଡ଼ି ରାଜ୍ୟର ସମସ୍ତ ବିରୋଧୀମାନେ ବର୍ତ୍ତମାନ ସମୟରେ ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ ଦାବି ରଖିଥିଲେ । ମାତ୍ର ନିର୍ବାଚନ କମିଶନ୍ ସେମାନଙ୍କ ଦାବିକୁ କର୍ଣ୍ଣପାତ କଲେନାହିଁ ଏବଂ ନିର୍ବାଚନ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରିକଲେ । ଏହା ନିର୍ବାଚନ କମିଶନଙ୍କ ନିଜସ୍ୱ ନିଷ୍ପତ୍ତି ନୁହେଁ । ରାଜ୍ୟ ସରକାରଙ୍କ ପ୍ରରୋଚନାରେ ଏହା କରିଛନ୍ତି ଯାହାକି ନିର୍ବାଚନ କମିଶନଙ୍କ ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏପରିକି ଚଳିତ ପଞ୍ଚାୟତ ନିର୍ବାଚନରେ ଓବିସି ଓ ଜନଜାତି ସମ୍ପ୍ରଦାୟର ସାମ୍ବିଧାନିକ ଅଧିକାର ପ୍ରତି ହେୟଜ୍ଞାନ କରାଯାଇଛି । ରାଜ୍ୟର ୫୪ ଶତାଂଶ ଲୋକ ଓବିସି ଓ ୨୨.୫ ଶତାଂଶ ଲୋକ ଜନଜାତି ସମ୍ପ୍ରଦାୟର । ଏହି ଦୁଇ ବର୍ଗର ଜନ ସମୁଦାୟକୁ ଚଳିତ ପଞ୍ଚାୟତ ନିର୍ବାଚନାରେ ପ୍ରତାରିତ କରାଯାଇଛି ।

ଆଦିବାସୀମାନଙ୍କୁ ୨୩ଟି ଜିଲ୍ଲା ଓ ୧୯୫ଟି ବ୍ଲକ୍‌ରେ ସରପଞ୍ଚ ପଦବୀ ଓ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ଦିଆଯାଇ ନାହିଁ । ଓ.ବି.ସି. ବର୍ଗଙ୍କ ପ୍ରତି ଅବିଚାର କରାଯାଇଛି । ଓ.ବି.ସି. ସଂରକ୍ଷଣ ସଂକ୍ରାନ୍ତରେ ଆସନ୍ତା ୧୭ ତାରିଖରେ ସୁପ୍ରିମକୋର୍ଟ ଶୁଣାଣି କରିବେ । ଯଦି ରାଜ୍ୟ ସରକାର ଓ ନିର୍ବାଚନ କମିଶନଙ୍କର ଓବିସି ବର୍ଗର ସାମ୍ବିଧାନିକ ଅଧିକାର ପ୍ରତି ସମ୍ବେଦନଶୀଳତା ଥାଆନ୍ତା, ତେବେ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତିକୁ ୧୭ ତାରିଖ ପରକୁ ଘୁଞ୍ଚାଇ ଦେଇ ପାରିଥାନ୍ତେ । କିନ୍ତୁ ତାହା ନ କରି ତରବରିଆ ଭାବରେ ବିଜ୍ଞପ୍ତି ଜାରି କରିବା ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି ।

ସେହିପରି ପଞ୍ଚାୟତ ନିର୍ବାଚନାରେ ତୃଣମୂଳ ସ୍ତରରେ ଗଣତନ୍ତ୍ର କ୍ରିୟାଶୀଳ ହୋଇଥାଏ । ପଞ୍ଚାୟତର ଲୋକମାନେ ସେମାନଙ୍କର ପ୍ରସଙ୍ଗ ସମସ୍ୟା ସବୁକୁ ନେଇ ନିର୍ବାଚନ ସମୟରେ ମତାମତକୁ ପ୍ରକାଶ କରିଥାଆନ୍ତି । ମାତ୍ର କୋଭିଡ ଆଳରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ ଅତ୍ୟନ୍ତ ସଙ୍କୁଚିତ କରାଯାଇଛି । ନିର୍ବାଚନ ପ୍ରଚାର କାର୍ଯ୍ୟକୁ ସଙ୍କୁଚିତ କରାଯାଇଛି, ଯାହାକି ତୃଣମୂଳ ସ୍ତରରେ ଲୋକଙ୍କ ଗଣତାନ୍ତ୍ରିକ ଭାଗିଦାରିତା ପ୍ରତି ଉପହାସ ବୋଲି କଂଗ୍ରେସ କହିଛି ।ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କର ସଖୀ କଣ୍ଢେଇ ହୁଅନ୍ତୁ ନାହିଁ । ନିରପେକ୍ଷ ରୁହନ୍ତୁ ବୋଲି କଂଗ୍ରେସ ଅନୁରୋଧ କରିଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.