ସୁବର୍ଣ୍ଣପୁର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡିକୁ ଅଟକାଇ କିଛି ନିଶାଶକ୍ତ ଯୁବକ ତାଙ୍କ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକଙ୍କ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।
ଜିଲ୍ଲା ସଭାପତି ଗୌରୀଶ୍ୟାମ ପଣ୍ଡାଙ୍କ ନେତୃତ୍ବରେ କଂଗ୍ରେସ କର୍ମୀମାନେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ନୀରବ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦିନକୁ ଦିନ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡୁଥିବା ବେଳେ ରାଜନେତାଠୁ ଆରମ୍ଭ କରି ଜନସାଧାରଣ ସମସ୍ତେ ଅସୁରକ୍ଷିତ ମନେ କରୁଥିବା ଅଭିଯୋଗ କରିଛି ଜିଲ୍ଲା କଂଗ୍ରେସ କମିଟି ।
ଏଥିପ୍ରତି ସରକାର ତଥା ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି । ପିସିସି ସଭାପତିଙ୍କ ଆକ୍ରମଣ ଘଟଣାକୁ ନିନ୍ଦା କରିବା ସହ ଏଥିରେ ସାମିଲ ଥିବା ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ