ଭୁବନେଶ୍ବର: ଦେଶ ତଥା ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସମାଲୋଚନା କରିଛି କଂଗ୍ରେସ। ଏହା ବିରୋଧରେ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା କଂଗ୍ରେସ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି ଦଳ।
ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ଦୈନିକ ଗୋଟିଏ କୋଟି କରିବାକୁ ଓ ସମସ୍ତ ଟିକା ଦେୟମୁକ୍ତ କରିବାକୁ ଦାବି କରିଛି କଂଗ୍ରେସ । ଏନେଇ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପତ୍ର ପଦାନ କରିଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ