ଭୁବନେଶ୍ବର: ରାଜ୍ୟରେ କମୁନାହିଁ କୋରୋନା ଜନିତ ମୃତ୍ୟୁସଂଖ୍ୟା । ଦିନକୁ ଦି ଗଡି ଚାଲିଛି ମୁଣ୍ଡ । ଆଜି ରାଜ୍ୟରେ ଆଉ 65 ଜଣଙ୍କ ଜୀବନ ନେଇଛି ମହାମାରୀ । ଆଜିର ମୃତକଙ୍କୁ ମିଶାଇ ସଂଖ୍ୟା 5768କୁ ବୃଦ୍ଧି ହୋଇଛି ।
ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ 9 ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରୁ 6, ଅନୁଗୋଳରୁ 3, ଢେଙ୍କାନାଳରୁ 1, ଝାରସୁଗୁଡ଼ାରୁ 5, ବରଗଡ଼ 7, ପୁରୀ 3, ସମ୍ବଲପୁରରୁ 5 ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି, ବଲାଙ୍ଗୀରରୁ 2, କଟକ3, ଭଦ୍ରକ2, ବାଲେଶ୍ବରରୁ 1, ଜଗତସିଂହପୁର 2, ଯାଜପୁର 3 , ମୟୂରଭଞ୍ଜ, କଳାହାଣ୍ତିରୁ ଜଣେ ଲେଖାଏଁ ଗଜପତି 2 ଓ ଗଞ୍ଜାମରୁ 3 ଆକ୍ରାନ୍ତ ଆଖି ବୁଜିଛନ୍ତି ।
ରାଜ୍ୟରେ ସଂକ୍ରମଣରେ ହ୍ରାସ ଘଟିଛି । ଆଜି ୨ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ହେଲେ କିଛି ଦିନ ହେବ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନାହିଁ । ଦୈନିକ 60 ଜଣରୁ ଊର୍ଦ୍ଧ୍ବ ଆକ୍ରାନ୍ତଙ୍କର ମୃତ୍ୟୁ ହେଉଛି । ୧୬୧୫ ଟି ନୂଆ କେସ୍ ସହିତ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 72 ହଜାର 517ରେ ପହଞ୍ଚିଛି । ସଂକ୍ରମଣ ହାର କମିଲେ ବି ବିପଦ ଟଳିନାହିଁ । ରାଜ୍ୟରେ କଟକଣା କୋହଳ କରାଯାଇଛି ସତ ହେଲେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଗଷ୍ଟ ପହିଲା ପର୍ଯ୍ୟନ୍ତ ଆଂଶିକ କଟକଣା ବଳବତ୍ତର ରହିଛି ।
ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ