ETV Bharat / city

କୋରୋନା ମୁକାବିଲା ରଣନୀତି, ଜିଲ୍ଲା ଜଗିବେ ସଚିବ

author img

By

Published : Apr 15, 2021, 9:15 PM IST

ରାଜ୍ୟରେ କୋରୋନା‌ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଥିବାବେଳେ ସଚିବଙ୍କୁ ମିଳିଲା ଜିଲ୍ଲାଓ୍ବାରୀ ଦାୟିତ୍ବ । ଅଧିକ ପଢନ୍ତୁ....

କରୋନା ମୁକାବିଲା: ଜିଲ୍ଲା ଜଗିବେ ସଚିବ
କରୋନା ମୁକାବିଲା: ଜିଲ୍ଲା ଜଗିବେ ସଚିବ

ଭୁବନେଶ୍ବର: ରାଜ୍ୟରେ କୋରୋନା‌ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ବିଭିନ୍ନ ପ୍ରକାର କଟକଣା ଜାରି କରିଛନ୍ତି । କୋଭିଡ୍‌ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ୨୧ ଜଣ ବରିଷ୍ଠ ଆଇଏଏସଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଇଛନ୍ତି ସରକାର । କୋରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ମୁକାବିଲା ଲାଗି ରାଜ୍ୟ ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାସ୍ତରରେ ମୁତୟନ କରିଛନ୍ତି । ସେମାନେ କୋଭିଡ୍ ପର୍ଯ୍ୟବେକ୍ଷକ ଭାବେ ଜିଲ୍ଲାସ୍ତରରେ କାମ କରିବେ । ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

କରୋନା ମୁକାବିଲା: ଜିଲ୍ଲା ଜଗିବେ ସଚିବ
କରୋନା ମୁକାବିଲା: ଜିଲ୍ଲା ଜଗିବେ ସଚିବ

ବଲାଙ୍ଗିର, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାର ସଂକ୍ରମଣ ପ୍ରତିରୋଧ କାର୍ଯ୍ୟକୁ ତଦାରଖ କରିବା ଲାଗି ଏମଏସଏମଇ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବେଣୁଧର ବେହେରାଙ୍କୁ ସ୍ୱତନ୍ତ୍ର ଭାବରେ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା ତଦାରଖ ପାଇଁ ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ କୋଭିଡ୍ ପର୍ଯ୍ୟବେକ୍ଷକ ଭାବରେ ଦାୟିତ୍ୱ ଦିଆଯାଇଛି । ଭୁବନେଶ୍ୱର ମହାନଗର ନିଗମରେ ତଦାରଖ ଦାୟିତ୍ୱ ନେବେ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଓ ଡକ୍ଟର ଏନ୍.ତିରୁମାଳା ନାୟକ । ସେହିପରି ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲା କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ମଧୁସୂଦନ ପାଢୀଙ୍କୁ ଦିଆଯାଇଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ସୁରେନ୍ଦ୍ର କୁମାର ଓ ଶ୍ରୀକାନ୍ତ ପୃଷ୍ଟିଙ୍କୁ ନିଯୁକ୍ତ କରାଯାଇଛି ।

ସେହିପରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଜି. ମାଥି ଭାଥନନ, ଯାଜପୁର-ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ହେମନ୍ତ ଶର୍ମା ଓ ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି ସମ୍ବଲପୁର ଓ ସୋନପୁର ଜିଲ୍ଲାରେ କୋଭିଡ୍ ପର୍ଯ୍ୟବେକ୍ଷକ ଭାବେ ଚିତ୍ରା ଅରୁ ମୁଗମଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ସାଶ୍ୱତ ମିଶ୍ର ଓ ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ କଳାହାଣ୍ଡି-କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । କୋରାପୁଟ-ମାଲକାନଗିରି-ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲା ପାଇଁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ ଭି.ଭି ଯାଦବ ଓ ରସିଦ୍ ଖାନ୍ । ଗଜପତି ଜିଲ୍ଲା ପାଇଁ ଟି. ୱାପଙ୍ଗ ଆଓଙ୍କୁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଅନୀଲ କୁମାର ସାମଲଙ୍କୁ କଟକ-ନୟାଗଡ଼-ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ଦାୟିତ୍ୱ ଦିଆଯାଇଛି । କଟକ ନଗର ଓ ଗ୍ରାମାଞ୍ଚଳ ପାଇଁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ୱ ସୁଶାନ୍ତ ମହାପାତ୍ର ତୁଲାଇବା ନେଇ ସୂଚନା ରହିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.