ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ସିପିଆଇ। ରାଜଧାନୀରେ ସିପିଆଇସ ପକ୍ଷରୁ ଏକ ଶୋଭାଯାତ୍ରା କରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ଦଳ। ମୁଖ୍ୟତଃ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନା ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ସାମଗ୍ରୀର ଦରଦାମ ବୃଦ୍ଧି ପ୍ରତିବାଦରେ ଏହି ବିକ୍ଷୋଭ କରାଯାଇଛି ।
ସିପିଆଇ ପକ୍ଷରୁ ଶହଶହ କର୍ମୀ ଅଶୋକ ନଗର ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ରାଜମହଲ ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ଦରଦାମ ବୃଦ୍ଧି ନେଇ ପ୍ରତିବାଦ କରିଥିଲେ । ଏହାସହ ରାଜ୍ୟରେ ମହିଳାଙ୍କ ଉପରେ ବଢୁଥିବା ଅତ୍ୟାଚାର ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ ।
ଭୁବନେଶ୍ବରରୁ ଲକ୍ଷ୍ମୀକାନ୍ତ ଦାସ, ଇଟିଭି ଭାରତ