ETV Bharat / city

Cyclone threat: ଓଡିଶାରେ ବଢିଲା ବାତ୍ୟା ଭୟ

author img

By

Published : Oct 18, 2022, 12:10 PM IST

Updated : Oct 18, 2022, 2:17 PM IST

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ବାତ୍ୟା ସମ୍ଭାବନା ଥିବାର ସୂଚନା ଦେଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ

Cyclone threat: ଓଡିଶାରେ ବଢିଲା ବାତ୍ୟା ଭୟ
Cyclone threat: ଓଡିଶାରେ ବଢିଲା ବାତ୍ୟା ଭୟ

ଭୁବନେଶ୍ବର: ଓଡିଶାରେ ବଢିଲା ବାତ୍ୟା ଭୟ(Cyclone threat in Odisha) । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ବାତ୍ୟା ସମ୍ଭାବନା ନେଇ ସତର୍କ କରିଛି ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେଇପାରେ । ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।

  • ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ #ବାତ୍ୟା ସମ୍ଭାବନା !!!

    ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ pic.twitter.com/yVUqSfcwbx

    — Meteorological Centre, Bhubaneswar (@mcbbsr) October 18, 2022 " class="align-text-top noRightClick twitterSection" data=" ">

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଗତକାଲି ସୃଷ୍ଟ ଏହି ଘୂର୍ଣ୍ଣିବଳୟ ଆଜି ସକାଳ ସାଢେ ୮ଟା ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି ।

ଏହାମଧ୍ୟ ପଢନ୍ତୁ:Cyclone threat: ଅପରାହ୍ନ 4ଟାରେ ଜରୁରୀକାଳିନ ବୈଠକ ଡାକିଲେ ସରକାର

ଅନ୍ୟପଟେ ବାତ୍ୟା ସମ୍ଭାବନା ବଢିବା ପରେ ରାଜ୍ୟ ସରାକାର ଜରୁରୀ ବୈଠକ ଡାକିଛନ୍ତି । ଏସଆରସି ଦାୟିତ୍ବରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ୪ଟାରେ ଏହି ବୈଠକ ବସିବ । ଏଥିରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯିବ । ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗର ସଚିବ, ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଏବଂ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । କର୍ମଚାରୀମାନଙ୍କୁ ହେଡକ୍ବାର୍ଟର ଛାଡିବାକୁ ବାରଣ କରାଯାଇଛି । ଭାରତୀୟ ପାଣିପାଗ ବିଭାଗଙ୍କ ତରଫରୁ ବାତ୍ୟାର ଗତିପଥ ଓ ପବନର ଗତି ବିଷୟରେ ଅଧିକ ସୂଚନା ମିଳିବା ପରେ ସରକାରଙ୍କ ପ୍ରସ୍ତୁତି ଆହୁରି ଜୋରଦାର ହେବ ।

Last Updated : Oct 18, 2022, 2:17 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.