ETV Bharat / city

Cyclone Jawad: ଆସୁଛି ବାତ୍ୟା ଜୱାଦ, ଶନିବାର ଛୁଇଁବ ସ୍ଥଳଭାଗ

author img

By

Published : Nov 30, 2021, 2:20 PM IST

Updated : Nov 30, 2021, 5:48 PM IST

ଆସୁଛି ବାତ୍ୟା ଜୱାଦ (Cyclone Jawad) । ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ । ଅଧିକ ପଢନ୍ତୁ

ଆସୁଛି ବାତ୍ୟା ଜୱାଦ, ୪ରେ ଛୁଇଁବ ଉପକୂଳ
ଆସୁଛି ବାତ୍ୟା ଜୱାଦ, ୪ରେ ଛୁଇଁବ ଉପକୂଳ

ଭୁବନେଶ୍ବର: ଆସୁଛି ବାତ୍ୟା ଜୱାଦ (Cyclone Jawad) । ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର (Low pressure Area) ବାତ୍ୟାର ରୂପ ନେବ । ଏନେଇ ସତର୍କ କରାଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ ।

Cyclone Jawad: ଆସୁଛି ବାତ୍ୟା ଜୱାଦ, ଶନିବାର ଛୁଇଁବ ସ୍ଥଳଭାଗ

ଆଇଏମ୍‌ଡି ଡିଜି କହିଛନ୍ତି, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଧିରେ ଧିରେ ପଶ୍ଚିମ-ଉତ୍ତର ପଶ୍ଚିମ ଗତିକରି ୨ ତାରିଖରରେ ଡିପ୍ରେସନରେ ପରିଣତ ହେବ । ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ସହ ମଧ୍ୟରାତ୍ରରୁ ପବନର ବେଗ ବଢ଼ିବ। ଘଣ୍ଟା ପ୍ରତି ୪୫ରୁ ୫୦ କିମି ବେଗରେ ପବନ ହେବ । ୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ଉପକୂଳ ଛୁଇଁବା ପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ।

ଦକ୍ଷିଣ ଥାଇଲାଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ କେନ୍ଦ୍ରିଭୂତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ । ଏହାପରେ ୨ ତାରିଖ ସୁଦ୍ଧା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତ ରୂପ ନେବ । ଏହା ପର ୨୪ ଘଣ୍ଟା ରେ ଆହୁରି ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବା ସାମୁଦ୍ରିକ ଝଡ ରେ ପରିଣତ ହେବ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ୪ ତାରିଖ ସକାଳ ସୁଦ୍ଧା ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଂଚିବ ।

ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିପରି ଲଘୁଚାପ ପ୍ରଭାବରେ ଆସନ୍ତା ୨ ତାରିଖରୁ ଓଡ଼ିଶାରେ ପାଗ ପରିବର୍ତ୍ତନ ହେବ। ୪ ତାରିଖ ବେଳକୁ ପୁରୀ, ଜଗତସିଂହପୁର, ଗଞ୍ଜାମ, ନୟାଗଡ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ ଏବଂ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଚାଷ ଜମିରେ ପାଣି ଜମିବା ସହ ଫସଲ ନଷ୍ଟ ହେବାର ଅଧିକ ସମ୍ଭାବନା ରହିଛି ।ତେଣୁ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏହି ସମ୍ଭାବ୍ୟ ବାତ୍ୟାର ନାମ 'ଜୱାଦ' ରଖାଯିବ (Cyclone Jawad) । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ବାରଣ କରାଯାଇଛି । ବାତ୍ୟା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି । ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଡିସେମ୍ବର ୨ ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି ଜିଜି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

Last Updated : Nov 30, 2021, 5:48 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.