ETV Bharat / city

Cyclone Jawad: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ ! - ବାତ୍ୟା ଜୱାଦ ପ୍ରଭାବ

ଆସୁଛି ସାମ୍ଭାବ୍ୟ ବାତ୍ୟା (Cyclone Jawad) ପ୍ରଭାବରେ ୩ ଏବଂ୪ ତାରିଖରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ

Cyclone Jawad: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ!

author img

By

Published : Dec 2, 2021, 8:35 PM IST

ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପରିଣତ ହୋଇଛି । ଯାହା ବର୍ତ୍ତମାନ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବ । ଏହାସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

Cyclone Jawad: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ!

ଏହା ପରବର୍ତ୍ତୀ ସମୟରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ୪ ତାରିଖ ସକାଳ ସମୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ୩ ତାରିଖରେ ପବନର ବେଗ ୬୫ ରୁ ୭୫, ୮୦ ରହିବା ବେଳେ ୪ ତାରିଖରେ ୯୦ ରୁ ୧୦୦ ରହିବ । ଏହାସହ ପବନର ବେଗ ୧୧୦ ରହିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଏବଂ୪ ତାରିଖରେ ଗଜପତି, ଗଞ୍ଜାମ, ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡା, ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ଣ୍ଣିଂ କରାଯାଇଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.