ETV Bharat / city

Cyclone Jawad: ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୨ ତାରିଖରେ ଅବପାତର ରୂପ ନେବ । ଅଧିକ ପଢ଼ନ୍ତୁ

author img

By

Published : Dec 1, 2021, 6:55 PM IST

Cyclone Jawad: ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
Cyclone Jawad: ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୨ ତାରିଖରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ରହିଛି । ବାତ୍ୟାର ରୂପ ନେଇ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଫଳରେ ଡିସମ୍ବର ୪ ତାରିଖ ସକାଳୁ ଉତ୍ତର ଆନ୍ଧ୍ର-ଓଡିଶା ଉପକୂଳ ଛୁଇଁବ । ଏଥିପାଇଁ ରାଜ୍ୟର ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଡିସେମ୍ବର ୩ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟାଜନିତ ବର୍ଷାକୁ ଦୃଷ୍ଟିରେ ରଖି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲା ଏହି ତାଲିକାରେ ସାମିଲ ରହିଛି । ମତ୍ସ୍ୟଜୀବୀମାନଙ୍କୁ ଡିସେମ୍ବର ୩ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ବର୍ତ୍ତମାନ ଧାନ ଅମଳର ସମୟ । ଏହି ସମୟରେ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଚାଷୀ । ଡିସେମ୍ବର ୩ ତାରିଖ ସୁଦ୍ଧା ଧାନ କାଟି ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି । ଏହାକୁ ନେଇ ଚାଷୀମାନେ ଆଶଙ୍କାରେ ରହିଛନ୍ତି । ସେପଟେ ଏତେ କମ୍‌ ସମୟରେ ଧାନ କାଟି ସୁରକ୍ଷିତ ଭାବେ ରଖିବା ସମ୍ଭବ ନୁହେଁ ବୋଲି କହିଛନ୍ତି ଚାଷୀ ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.