ETV Bharat / city

Cyclone Update: ବାତ୍ୟା ଅସାନିର ରୂପ ନେଲା ଗଭୀର ଅବପାତ, 10ରେ ପ୍ରବଳ ବର୍ଷା - ବାତ୍ୟା ଅସାନିର ରୂପ ନେଲା ଗଭୀର ଅବପାତ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା 'ଅସାନି'ର ରୂପ ନେଲା ଗଭୀର ଅବପାତ । ଅଧିକ ପଢନ୍ତୁ

Cyclone Update: ବାତ୍ୟା ଅସାନିର ରୂପ ନେଲା ଗଭୀର ଅବପାତ

author img

By

Published : May 8, 2022, 5:12 PM IST

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା 'ଅସାନି'ର ରୂପ ନେଲା ଗଭୀର ଅବପାତ । ଆଜି(ରବିବାର) ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୯୬୦ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୦୦ କିଲୋମିଟର ଦୂରରେ ରହିଛି ।

୧୦ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ । ଏହା ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବା ସମ୍ଭାବନା ରହିଛି । ସ୍ଥଳଭାଗ ନ ଛୁଇଁ ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇପାରେ ବାତ୍ୟା । ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବା ସହ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ବାଲେଶ୍ଵର, ଭଦ୍ରକ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ପବନର ବେଗ ବଢ଼ିବ । ଏହା ସହ ୪ଟି ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.