ଭୁବନେଶ୍ବର: ଦୁଇ ଦିନ ହେବ 5 ତଳେ ରହିଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ମଙ୍ଗଳବାର) ରାଜ୍ୟରେ ଆଜି ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ କଟକରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୭୩ କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଏପଟେ ସ୍ମାର୍ଟ ସିଟିକୁ କଣ୍ଟେନମେଣ୍ଟ୍ ଜୋନ୍ ଫେରିଛି । ଶୀତଋତୁ ଥିବାରୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ