ETV Bharat / city

Corona Death Report; ଦିନକରେ ଗଲା ୪ ଜୀବନ - କୋରୋନାଜନିତ ମୃତ୍ୟୁ

ରିପୋର୍ଟ ଅନୁସାରେ ଆଜି(ରବିବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୦୯କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

Corona Death Report; ଦିନକରେ ଗଲା ୪ ଜୀବନ
Corona Death Report; ଦିନକରେ ଗଲା ୪ ଜୀବନ
author img

By

Published : Oct 24, 2021, 11:33 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ଜନିତ ମୃତ୍ୟୁ । ରିପୋର୍ଟ ଅନୁସାରେ ଆଜି(ରବିବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୦୯କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବାବେଳେ କେନ୍ଦୁଝରରୁ ୨ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ କେନ୍ଦୁଝରରେ ୧୭୧ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଥିବାବେଳେ କଳାହାଣ୍ଡିରେ ୨୧୦ ଓ ଖୋର୍ଦ୍ଧାରେ ୧୫୩୨ଜଣଙ୍କ ଜୀବନ ନେଲାଣି ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୭୮ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୪୧୧କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁରେ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.