ETV Bharat / city

STATE CORONA DEATH; ଆଖି ବୁଜିଲେ ୪ କୋରୋନା ଆକ୍ରାନ୍ତ

author img

By

Published : Oct 30, 2021, 11:06 AM IST

ରାଜ୍ୟରେ ତଳମୁହାଁ କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଶନିବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୨୯କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

STATE CORONA DEATH ; ଆଖି ବୁଜିଲେ ୪ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଶନିବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୨୯କୁ ବୃଦ୍ଧି ହୋଇଛି । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ, କଟକ ଓ ନୟାଗଡରୁ ଜଣେ ଲେଖାଏଁଙ୍କ ଜୀବନ ନେଇଛି ମହାମାରୀ ।

ଅନୁଗୋଳ,ବାଲେଶ୍ବର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୪୦ ହୋଇଥିବାବେଳେ କଟକରେ ୮୫୩ ଓ ନୟାଗଡରେ ୨୧୦ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ପୁଣି ଚିହ୍ନଟ ହେଲେ ୩୭୪ କୋରୋନା ଆକ୍ରାନ୍ତ । ସେଥି ମଧ୍ୟରୁ ୬୫ ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୬୯ରେ ପହଞ୍ଚିଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.