ଭୁବନେଶ୍ବର: କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ଲଗାତାର ଦୁଇଦିନ ହେବ ମୃତ୍ୟୁସଂଖ୍ୟା ତଳମୁହାଁ ରହିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଆଜି(ଶୁକ୍ରବାର) ରାଜ୍ୟରେ ୭ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।
ଆଜିର ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ,ବାଲେଶ୍ବର ଓ କଟକ, ଢେଙ୍କନାଳ, ପୁରୀ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବର ମୃତକ ଜଣକ ୬ବର୍ଷର ଶିଶୁକନ୍ୟା ହୋଇଥିବା ଜଣାପଡିଛି । ଦୈନିକ ଚିହ୍ନଟ ମୃତ୍ୟୁ ଧାରାରେ ବ୍ରେକ ଲାଗିଛି । ଯାହା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮୦୩୫କୁ ବୃଦ୍ଧି ହୋଇଛି ।
୨୪ ଘଣ୍ଟାରେ ୮୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବର୍ଗର ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ହଜାର ୭୨କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଲେ ବି ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।
ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ