ETV Bharat / city

State Corona Death Report; ଦିନକରେ ଗଲା ଆଉ 7 ଜୀବନ

author img

By

Published : Sep 19, 2021, 12:28 PM IST

ଆଜି(ରବିବାର) ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା 8,135କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

State Corona Death Report; ଦିନକରେ ଗଲା ଆଉ 7 ଜୀବନ
State Corona Death Report; ଦିନକରେ ଗଲା ଆଉ 7 ଜୀବନ

ଭୁବନେଶ୍ବର: ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଯାହା ରାଜ୍ୟବାସୀଙ୍କ ପାଇଁ ଗୋଟିଏ ଭଲ ଖବର । ଆଜି(ରବିବାର) ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁରରୁ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8,135 କୁ ବୃଦ୍ଧି ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୨୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେଥିମଧ୍ୟରୁ ୯୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ରେ ପହଞ୍ଚିଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.