ETV Bharat / city

STATE CORONA DEATH; ଆଖି ବୁଜିଲେ ୭ କୋରୋନା ଆକ୍ରାନ୍ତ

author img

By

Published : Sep 25, 2021, 10:54 AM IST

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8170କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

STATE CORONA DEATH; ଆଖି ବୁଜିଲେ ୭ କୋରୋନା ଆକ୍ରାନ୍ତ
STATE CORONA DEATH; ଆଖି ବୁଜିଲେ ୭ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ଶନିବାର) ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁରରୁ ଜଣେ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8170କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯ ଜଣ ଶିଶୁ ଓ କିଶୋର କୋରୋନା ପଜିଟିଭ ଅଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୩, ୭୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୦୯,୫୮୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୯୩୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.