ETV Bharat / city

State Corona Death Report; ଦିନକରେ ଗଲା ଆଉ ୬ ଜୀବନ - ମହାମାରୀ କୋରୋନା

ଆଜି(ବୁଧବାର) ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୮,୧୧୪କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

ପୁଣି ଗଲା ୬ ଜୀବନ
ପୁଣି ଗଲା ୬ ଜୀବନ
author img

By

Published : Sep 15, 2021, 11:28 AM IST

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି ଯାହା ରାଜ୍ୟବାସୀଙ୍କ ପାଇଁ ଗୋଟିଏ ଭଲ ଖବର । ଆଜି(ବୁଧବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩, କଟକରୁ ୨ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮,୧୧୪କୁ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ୪୫୭ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୭୩ଜଣ ୧୮ ବର୍ଷରୁ କମ୍ ରହିଛନ୍ତି ।

ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦,୦୩୬୦୩ ସୁସ୍ଥ ହୋଇ ସାରିଥିବା ବେଳେ ୫,୯୪୮ଜଣ ଚିକିତ୍ସାଧୀନ ଅଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.