ETV Bharat / city

State Corona Death Report; ଦିନକରେ ଗଲା ଆଉ ୬ ଜୀବନ - କୋରୋନା ଖବର

ଆଜି(ଶନିବାର) ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା 8,128କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

State Corona Death Report; ଦିନକରେ ଗଲା ଆଉ ୬ ଜୀବନ

author img

By

Published : Sep 18, 2021, 12:15 PM IST

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି ଯାହା ରାଜ୍ୟବାସୀଙ୍କ ପାଇଁ ଗୋଟିଏ ଭଲ ଖବର । ଆଜି(ଶନିବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଣେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ ଓ ମୟୁରଭଞ୍ଜରୁ ଜଣେ ଲେଖାଁଏଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8,128କୁ ବୃଦ୍ଧି ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୯୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୮୩ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୧୨ରେ ପହଞ୍ଚିଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.